ଜଳାଭିଷେକ କଲେ ୧୫ ହଜାର କାଉଡ଼ିଆ ଆଖଣ୍ଡଳମଣି ପୀଠ

ଆରଡ଼ି, ୩୧।୭ (ଦୀପ୍ତି ରଞ୍ଜନ ନାୟକ): ଶ୍ରାବଣ ମାସର ୩ୟ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ କାଉଡ଼ିଆ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଛି। କାଉଡ଼ିଆମାନେ ବୈତରଣୀ, ସାଳନ୍ଦୀ, ଖରସ୍ରୋତା, ବ୍ରାହ୍ମଣୀ, କୋଚିଳା, ଗେଙ୍ଗୁଟି ନଦୀରୁ ଜଳ ଆଣି ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବେଢ଼ାରେ ଥିବା ଶ୍ରାବଣୀ ମହାଦେବଙ୍କୁ ଜଳଲାଗି କରିଥିଲେ। ରବିବାର ବୋଲ୍‌ବମ୍‌ ହରହର ବମ୍‌, ଭୋଲା ବାବା ପାର୍‌ କରେଗା, ବାବାମଣି ନେ ଟାଣି ଆଦି କାଉଡ଼ିଆଙ୍କ ଧ୍ୱନି ପୀଠ ପରିସରରେ ନିଆରା ପରିବେଶ ସୃଷ୍ଟି କରିଥିଲା। ସୋମବାର କଡ଼ା ସୁରକ୍ଷାରେ ସମସ୍ତ କାଉଡ଼ିଆ ଲମ୍ବାଧାଡ଼ିରେ ଆସି ଜଳାଭିଷେକ କରିଥିଲେ। ୧୫ ହଜାରରୁ ଅଧିକ କାଉଡ଼ିଆ ଜଳଲାଗି କରିଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆନନ୍ଦବଜାର, କୋଠାର, ବାହାରବିଲ, ବେତାଳିଗଁା, ସୁନ୍ଦରପୁର, କୁଳେଇପଦା, ଆରଡ଼ି ଆଦି ସ୍ଥାନରେ ବିଭିନ୍ନ ଧାର୍ମିକ ସଙ୍ଗଠନ ପକ୍ଷରୁ ନିଶୁଳ୍କ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। କିଛି ସ୍ଥାନରେ ମଧ୍ୟ ସ୍ବେଚ୍ଛାସେବୀମାନେ କାଉଡ଼ିଆମାନଙ୍କର ସେବା କାର୍ଯ୍ୟ ଜାରି ରଖିଥିଲେ। ଭିଡ଼କୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ କଡ଼ାକଡ଼ି ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ବିଭିନ୍ନ ଛକ ଜାଗାରେ ପୋଲିସ ଫୋର୍ସ ମୁତୟନ ଥିଲେ। ନଦୀଘାଟରେ ଓଡ୍ରାଫ ଟିମ୍‌ ଓ ଅଗ୍ନିଶମ ବାହିନୀ ସଜାଗ ରହିଥିଲେ। ଭିଡ଼ ସତ୍ତ୍ବେ କାଉଡ଼ିଆମାନେ ଶୃଙ୍ଖଳିତ ଭାବେ ଜଳଲାଗି କରିଥିବା ଆରଡ଼ି ଫାଣ୍ଡି ଅଧିକାରୀ ସୁରେନ୍ଦ୍ର ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?