Posted inଖେଳ

ଶ୍ରାବଣୀ, ଅମିୟଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୪ର ସ୍ପ୍ରିଣ୍ଟ ଇଭେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ୧୦୦ ମିଟର ରେସ୍‌ରେ ଶ୍ରାବଣୀ ନନ୍ଦ ଏବଂ ପୁରୁଷ ୧୦୦ ମିଟରରେ ଅମିୟ ମଲିକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଅନ୍ୟତମ ଓଡ଼ିଆ ଆଥଲେଟ୍‌ ଆର୍ଯ୍ୟନ ଏକ୍କା ପୁରୁଷ ୧୦୦ ମିଟରରେ ରୌପ୍ୟ ପଦକ ହାସଲ କରିଛନ୍ତି। ପୁରୁଷ ଲଙ୍ଗଜମ୍ପରେ ଓଡ଼ିଶାର ଲାଲୁ ପ୍ରସାଦ ଭୋଇ ୭.୫୮ ମିଟର ଡେଇଁ ବ୍ରୋଞ୍ଜ ପଦକ ପାଇଛନ୍ତି।

ମହିଳା ୧୦୦ ମିଟରରେ ଶ୍ରାବଣୀ ୧୧.୮୭ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ପଶ୍ଚିମବଙ୍ଗର ରାଜଶ୍ରୀ ପ୍ରସାଦ ୧୨.୧୮ ଓ ତାମିଲନାଡ଼ୁର ଏମ. ଆଞ୍ଜେଲ ସିଲଭିଆ ୧୨.୩୯ ସେକେଣ୍ଡ ସହିତ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଛନ୍ତି। ଅନ୍ୟତମ ଓଡ଼ିଆ ଆଥଲେଟ୍‌ ରଞ୍ଜିତା ମହନ୍ତ ୧୨.୮୪ ସେକେଣ୍ଡ ସମୟ ନେଇଛନ୍ତି। ଗତ ୨୧ ତାରିଖରେ ଏଠାରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୩ରେ ମଧ୍ୟ ଶ୍ରାବଣୀ ମହିଳା ୨୦୦ ମିଟରରେ ସ୍ବର୍ଣ୍ଣ ପଦକ ପାଇଥିଲେ। ତେଣୁ କଳିଙ୍ଗରେ ଅନୁଷ୍ଠିତ ୨ଟି ଯାକ ଗ୍ରାଁ ପ୍ରି ତାଙ୍କ ପାଇଁ ସ୍ମରଣୀୟ ହୋଇଯାଇଛି। ପୁରୁଷ ୧୦୦ ମିଟରରେ ଜାତୀୟ ରେକର୍ଡଧାରୀ ଅମିୟ ୧୦.୭୪ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଆର୍ଯ୍ୟନ ୧୦.୮୬ ସେକେଣ୍ଡ ସମୟ ନେଇ ରୌପ୍ୟ ଓ ମହାରାଷ୍ଟ୍ରର କରନ ବିବେକ ହେଗିଷ୍ଟେ ୧୦.୯୫ ସେକେଣ୍ଡ ସହ ବ୍ରୋଞ୍ଜ ପଦକ ପାଇଛନ୍ତି। ଇଣ୍ଡିଆନ ଗ୍ରାଁ ପ୍ରି-୩ ପୁରୁଷ ୨୦୦ ମିଟରରେ ଆର୍ଯ୍ୟନ ରୌପ୍ୟ ଓ ଅମିୟ ବ୍ରୋଞ୍ଜ ପଦକ ପାଇଥିଲେ। ପୁରୁଷ ୧୦୦ ମିଟରରେ ଅଂଶଗ୍ରହଣ କରିଥିବା ଅନ୍ୟ ଓଡ଼ିଆ ଆଥଲେଟ୍‌ଙ୍କ ମଧ୍ୟରେ ଅଭିନାଂଶୁ ସାହୁ ୧୦.୯୮, ମହେନ୍ଦ୍ର ସାନ୍ତା ୧୧.୨୭ ଓ ଅଭିଜିତ ସାହୁ ୧୧.୫୯ ସେକେଣ୍ଡରେ ରେସ୍‌ ଫିନିଶ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?