ବଙ୍ଗୋପସାଗରରେ ଆଉ ଲଘୁଚାପ ସୃଷ୍ଟି: ୧୩ ଜିଲାକୁ ଚିଠି ଲେଖି ସତର୍କ କରାଇଲେ ଏସ୍‌ଆରସି

ଭୁବନେଶ୍ୱର,୨୬।୭: ଲଘୁଚାପ ନେଇ ୧୩ ଜିଲାକୁୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖି ସର୍ତକ କରାଇଛନ୍ତି। ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ । ଉତ୍ତର ଓଡ଼ିଶା ସହ ୧୩ ଜିଲାକୁ ସଜାଗ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ଏସ୍‌ଆରସି କହିଛନ୍ତି। ୧୩ ଜିଲା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ରହିଛି।

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?