ସୃଷ୍ଟି ହେଲା ଲଘୁଚାପ; ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ନୂଆଦିଲ୍ଲୀ,୧୮।୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ୧୮ ଜୁଲାଇ, ୨୦୨୪ ରେ ଉତ୍ତର ବଙ୍ଗୋପସାଗରର ଉତ୍ତର ସମୁଦ୍ରର ଗଭୀର ସମୁଦ୍ର ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ଏବଂ ଓଡ଼ିଶା ଉପକୂଳରେ, ଉତ୍ତର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୯ ରୁ ୨୨ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ନ ଯିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଉପକୂଳ ଫେରିବାକୁ ପରାମର୍ଶ ଦିଆଯାଇଛି।

ଲଘୁଚାପ ପ୍ରଭାବରେ ଅଧିକ ପ୍ରଭାବିତ ହେବା ଜିଲ୍ଲାଗୁଡ଼ିକ ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୁଆପଡା, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ବୌଦ୍ଧ ଏବଂ ସୋନପୁର ଜିଲାପାଳ ଏବଂ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ କମିଶନର, କଟକ ମ୍ୟୁନିସିପାଲିଟି କର୍ପୋରେସନ୍ କମିଶନର, ବ୍ରହ୍ମପୁର ମ୍ୟୁନିସିପାଲିଟି କର୍ପୋରେସନ୍ କମିଶନରଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଲଗାତାର ଦୁଇଟି ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାର ଅନେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଏପରି ଅତି ପ୍ରବଳ ବର୍ଷା ହେଲେ ଫ୍ଲସ୍ ଫ୍ଲଡ/ ବନ୍ୟା ପରିସ୍ଥିତି ହୋଇପାରେ। ପାହାଡ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ସହିତ ଯେକୌଣସି ଘଟଣାର ସାମ୍ନା କରିବାକୁ ପ୍ରସ୍ତୁତ ରହିବାକୁ କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି।

ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଲରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଚାରି ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ସେହିପରି ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଜାରି କରାଯଇଛି।

ଶନିବାର ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri