ସୃଷ୍ଟି ହେଲା ଲଘୁଚାପ; ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ନୂଆଦିଲ୍ଲୀ,୧୮।୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ୧୮ ଜୁଲାଇ, ୨୦୨୪ ରେ ଉତ୍ତର ବଙ୍ଗୋପସାଗରର ଉତ୍ତର ସମୁଦ୍ରର ଗଭୀର ସମୁଦ୍ର ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ଏବଂ ଓଡ଼ିଶା ଉପକୂଳରେ, ଉତ୍ତର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୯ ରୁ ୨୨ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ନ ଯିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଉପକୂଳ ଫେରିବାକୁ ପରାମର୍ଶ ଦିଆଯାଇଛି।

ଲଘୁଚାପ ପ୍ରଭାବରେ ଅଧିକ ପ୍ରଭାବିତ ହେବା ଜିଲ୍ଲାଗୁଡ଼ିକ ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୁଆପଡା, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ବୌଦ୍ଧ ଏବଂ ସୋନପୁର ଜିଲାପାଳ ଏବଂ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ କମିଶନର, କଟକ ମ୍ୟୁନିସିପାଲିଟି କର୍ପୋରେସନ୍ କମିଶନର, ବ୍ରହ୍ମପୁର ମ୍ୟୁନିସିପାଲିଟି କର୍ପୋରେସନ୍ କମିଶନରଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଲଗାତାର ଦୁଇଟି ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାର ଅନେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଏପରି ଅତି ପ୍ରବଳ ବର୍ଷା ହେଲେ ଫ୍ଲସ୍ ଫ୍ଲଡ/ ବନ୍ୟା ପରିସ୍ଥିତି ହୋଇପାରେ। ପାହାଡ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ସହିତ ଯେକୌଣସି ଘଟଣାର ସାମ୍ନା କରିବାକୁ ପ୍ରସ୍ତୁତ ରହିବାକୁ କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି।

ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଲରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଚାରି ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ସେହିପରି ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଜାରି କରାଯଇଛି।

ଶନିବାର ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri