Posted inରାଜ୍ୟ

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ରାଜ୍ୟର ସବୁ ଗାଁକୁ ପରିକ୍ରମା ଆରମ୍ଭ କଲା ଶ୍ରୀଜଗନ୍ନାଥ ଅର୍ପଣ ରଥ

ପୁରୀ,୬।୧: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜିଠାରୁ ଶ୍ରୀଜଗନ୍ନାଥ ଅର୍ପଣ ରଥର ଶୁଭାରମ୍ଭ କରାଯାଇଛି । ଏହି ରଥ ଓଡ଼ିଶାର ପ୍ରତ୍ୟେକ ଗ୍ରାମ ପରିକ୍ରମା କରିବା ସହ ଶ୍ରଦ୍ଧାଳୁଙ୍କ ଠାରୁ ଗୁଆ ଓ ଅକ୍ଷତ ସଂଗ୍ରହ କରାଯାଉଛି । ସଂଗୃହୀତ ଗୁଆ ଓ ଅକ୍ଷତକୁ ବ୍ଲକସ୍ତରରେ ମନ୍ଦିର ମାନଙ୍କରେ ରଖାଯିବ ଏବଂ ଜିଲା ପ୍ରଶାସନର ତତ୍ତ୍ୱାବଧାନରେ ଏହାକୁ ଲୋକାର୍ପଣ ଦିନ ପୁରୀରେ ପହଞ୍ଚାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଏହି ପରିପ୍ରେକ୍ଷୀରେ ପିପିଲି ବିଡିଓ ସରୋଜ କୁମାର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପିପିଲି ବ୍ଲକ ଅନ୍ତର୍ଗତ ତେଇସିପୁର ପଞ୍ଚାୟତ, ଦାଣ୍ଡମୁକୁନ୍ଦପୁର ପଞ୍ଚାୟତ ଓ ପାଣିଦୋଳ ପଞ୍ଚାୟତରେ ଶନିବାର ଦିନ ଶ୍ରୀଜଗନ୍ନାଥ ଅର୍ପଣ ରଥ ପରିକ୍ରମାର ଶୁଭାରମ୍ଭ ହୋଇଛି। ଏହି ସମୟରେ ରଥ ବିଭିନ୍ନ ଗ୍ରାମରେ ପହଞ୍ଚିବା ପରେ ସଂକୀର୍ତ୍ତନ, ଘଣ୍ଟ, ମର୍ଦ୍ଦଳ, କାହାଳି ସାଙ୍ଗକୁ ହରିବୋଲ ଓ ହୁଳହୁଳି ଧ୍ୱନୀରେ ସମଗ୍ର ଗ୍ରାମ ପ୍ରକମ୍ପିତ ହୋଇଥିଲା।

ପ୍ରତ୍ୟେକ ଗ୍ରାମରେ ଏହି ରଥକୁ ଧୂପ, ଦୀପ ସହ ପୁଷ୍ପମାଳ ଦେଇ ଲୋକେ ଭରପୁର ସ୍ୱାଗତ କରିଥିବା ବେଳେ ସମଗ୍ର ଅଞ୍ଚଳରେ ଏଥିପାଇଁ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଗ୍ରାମର ପ୍ରତ୍ୟେକ ପରିବାର ପକ୍ଷରୁ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅରୁଆ ଚାଉଳ ଓ ଗଳିଗୁଆ ପ୍ରଦାନ କରାଯାଇଥିଲା। ପିପିଲି ବ୍ଲକରେ ମୋଟ୍‌‌ ୬ଟି ରଥ ପର୍ଯ୍ୟାୟକ୍ରମେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ୨୫ଟି ପଞ୍ଚାୟତ ପରିକ୍ରମା କରିବ ଓ ପ୍ରତ୍ୟେକ ଘରୁ ଅରୁଆ ଚାଉଳ ଓ ଗଳିଗୁଆ ସଂଗ୍ରହ କରାଯିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri