Odisha Elections 2024
Posted inରାଜ୍ୟ

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ରାଜ୍ୟର ସବୁ ଗାଁକୁ ପରିକ୍ରମା ଆରମ୍ଭ କଲା ଶ୍ରୀଜଗନ୍ନାଥ ଅର୍ପଣ ରଥ

ପୁରୀ,୬।୧: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜିଠାରୁ ଶ୍ରୀଜଗନ୍ନାଥ ଅର୍ପଣ ରଥର ଶୁଭାରମ୍ଭ କରାଯାଇଛି । ଏହି ରଥ ଓଡ଼ିଶାର ପ୍ରତ୍ୟେକ ଗ୍ରାମ ପରିକ୍ରମା କରିବା ସହ ଶ୍ରଦ୍ଧାଳୁଙ୍କ ଠାରୁ ଗୁଆ ଓ ଅକ୍ଷତ ସଂଗ୍ରହ କରାଯାଉଛି । ସଂଗୃହୀତ ଗୁଆ ଓ ଅକ୍ଷତକୁ ବ୍ଲକସ୍ତରରେ ମନ୍ଦିର ମାନଙ୍କରେ ରଖାଯିବ ଏବଂ ଜିଲା ପ୍ରଶାସନର ତତ୍ତ୍ୱାବଧାନରେ ଏହାକୁ ଲୋକାର୍ପଣ ଦିନ ପୁରୀରେ ପହଞ୍ଚାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଏହି ପରିପ୍ରେକ୍ଷୀରେ ପିପିଲି ବିଡିଓ ସରୋଜ କୁମାର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପିପିଲି ବ୍ଲକ ଅନ୍ତର୍ଗତ ତେଇସିପୁର ପଞ୍ଚାୟତ, ଦାଣ୍ଡମୁକୁନ୍ଦପୁର ପଞ୍ଚାୟତ ଓ ପାଣିଦୋଳ ପଞ୍ଚାୟତରେ ଶନିବାର ଦିନ ଶ୍ରୀଜଗନ୍ନାଥ ଅର୍ପଣ ରଥ ପରିକ୍ରମାର ଶୁଭାରମ୍ଭ ହୋଇଛି। ଏହି ସମୟରେ ରଥ ବିଭିନ୍ନ ଗ୍ରାମରେ ପହଞ୍ଚିବା ପରେ ସଂକୀର୍ତ୍ତନ, ଘଣ୍ଟ, ମର୍ଦ୍ଦଳ, କାହାଳି ସାଙ୍ଗକୁ ହରିବୋଲ ଓ ହୁଳହୁଳି ଧ୍ୱନୀରେ ସମଗ୍ର ଗ୍ରାମ ପ୍ରକମ୍ପିତ ହୋଇଥିଲା।

ପ୍ରତ୍ୟେକ ଗ୍ରାମରେ ଏହି ରଥକୁ ଧୂପ, ଦୀପ ସହ ପୁଷ୍ପମାଳ ଦେଇ ଲୋକେ ଭରପୁର ସ୍ୱାଗତ କରିଥିବା ବେଳେ ସମଗ୍ର ଅଞ୍ଚଳରେ ଏଥିପାଇଁ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଗ୍ରାମର ପ୍ରତ୍ୟେକ ପରିବାର ପକ୍ଷରୁ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଅରୁଆ ଚାଉଳ ଓ ଗଳିଗୁଆ ପ୍ରଦାନ କରାଯାଇଥିଲା। ପିପିଲି ବ୍ଲକରେ ମୋଟ୍‌‌ ୬ଟି ରଥ ପର୍ଯ୍ୟାୟକ୍ରମେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ୨୫ଟି ପଞ୍ଚାୟତ ପରିକ୍ରମା କରିବ ଓ ପ୍ରତ୍ୟେକ ଘରୁ ଅରୁଆ ଚାଉଳ ଓ ଗଳିଗୁଆ ସଂଗ୍ରହ କରାଯିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri