ଆଜି ହେବନି ଗଣତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ବଡ଼ ସୂଚନା

ପୁରୀ,୧୪।୭: ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି, ଆଜି ଗଣତି ହେବ ନାହିଁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଆଜି ଗଣତି ମଣତି ହେବନି, ଖାଲି ଯାଞ୍ଚ ହେବ। ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା ତେଣୁ ପ୍ରଥମେ ରତ୍ନଭଣ୍ଡାର ଯାଞ୍ଚ ହେବ। ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ ହେବ। ତେଣୁ ଆଜି ଗଣତି ହେବନି। ଭିତର ଓ ବାହାରର ଚାବି ଖୋଲାଯିବ। ଭିତର ଓ ବାହାରର ଚାବି ଖୋଲାଯାଇ ସିଫ୍ଟିଂ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସକ କହିଛନ୍ତି।

ତେବେ ରତ୍ନଭଣ୍ଡାର ଖୋଲିବା ନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି ସମୟରେ ରତ୍ନ ଭଣ୍ଡାର ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ କରାଯିବ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ତେବେ କେଉଁମାନେ ଭିତରକୁ ଯିବେ ସେମାନଙ୍କର ନାଁ ସାମ୍ନାକୁ ଆସିଛି।

ଜଷ୍ଟିସ ରଥଙ୍କନୁସାରେ, ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଯିବେ। ଜଷ୍ଟିସ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ ବୋଲି ସେ ସୂଚନା ମିଳିଛି। ଏଥିସହ ଦେଉଳ କରଣ, ତଢ଼ଉକରଣ ଭିତରକୁ ଯିବେ। ଗଜପତିଙ୍କ ପ୍ରତିନିଧି,ଏଏସଆଇ ଟିମ ସଦସ୍ୟ ଓ ପରିଚାଳନା କମିଟିର ୨ ଜଣ ଭିରତକୁ ଯିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri