ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶିତ

ପୁରୀ ଅଫିସ,୨୧ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୩ ମସିହା ଉପଶାସ୍ତ୍ରୀ ନିୟମିତ ଓ ପୂର୍ବ ନିୟମିତ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଧରଣୀଧର ରଣା ସୂଚନା ଦେଇ କହିଛନ୍ତି, ଚଳିତବର୍ଷ ମାର୍ଚ୍ଚ ୩ ତାରିଖଠାରୁ ୧୫ତାରିଖ ପର୍ଯ୍ୟନ୍ତ ଉପଶାସ୍ତ୍ରୀ ଓ ପୂର୍ବ ନିୟମିକ ପରୀକ୍ଷାଫଳ ଅନୁଷ୍ଠିତ ହୋଇଥିଲା। ମୋଟ ୧୫୬ଟି ସଂସ୍କୃତ ମହାବିଦ୍ୟାଳୟର ପରୀକ୍ଷାର୍ଥୀମାନେ ୧୨୨ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ପରୀକ୍ଷା ନିମନ୍ତେ ମୋଟ ୮୩୫୫ ଜଣ ପିଲା ଫର୍ମ ଫିଲପ କିଣିଥିଲେ। ତେବେ ପରୀକ୍ଷା ସମୟରେ ୭୮୧ଜଣ ଅନୁପସ୍ଥିତ ରହିଥିଲେ। ଫଳରେ ଚଳିତବର୍ଷ ମୋଟ ୭୫୭୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୬୬୬୭ ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଚଳିତବର୍ଷ ମୋଟ ପାସ୍‌ ହାର ଶତକଡ଼ା ୮୯.୧୩ ରହିଛି। ପ୍ରଥମ ଶ୍ରେଣୀରେ ୧୮୧୮ଜଣ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୪୦୪୯ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ତୃତୀୟ ଶ୍ରେଣୀରେ ୭୭୧ଜଣ ଏବଂ କମ୍ପାର୍ଟମେଣ୍ଟାଲରେ ୨୯ଜଣ କୃତକାର୍ଯ୍ୟ ହୋଇଛନ୍ତି। ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ମୋଟ ୭୭ଜଣଙ୍କ ପରୀକ୍ଷାଫଳକୁ ବାତିଲ୍‌ କରାଯାଇଛି ଏବଂ ଅନ୍ୟ କାରଣବଶତଃ ୧୭ ଜଣଙ୍କର ପରୀକ୍ଷାଫଳକୁ ସ୍ଥଗିତ ରଖାଯାଇଛି। ତେବେ ଚଳିତବର୍ଷ କୃତକାର୍ଯ୍ୟ ହୋଇଥିବା ୬୬୬୭ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପୁଅଙ୍କ ଅପେକ୍ଷା ଝିଅଙ୍କ ସଂଖ୍ୟା ଅଧିକ ରହିଛି। ୩୩୪୦ଜଣ ଝିଅ ପରୀକ୍ଷାରେ ପାସ୍‌ ହୋଇଥିବା ବେଳେ ୩୩୨୭ଜଣ ପୁଅ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ରଣା ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri