ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶିତ

ପୁରୀ ଅଫିସ,୨୧ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୩ ମସିହା ଉପଶାସ୍ତ୍ରୀ ନିୟମିତ ଓ ପୂର୍ବ ନିୟମିତ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଧରଣୀଧର ରଣା ସୂଚନା ଦେଇ କହିଛନ୍ତି, ଚଳିତବର୍ଷ ମାର୍ଚ୍ଚ ୩ ତାରିଖଠାରୁ ୧୫ତାରିଖ ପର୍ଯ୍ୟନ୍ତ ଉପଶାସ୍ତ୍ରୀ ଓ ପୂର୍ବ ନିୟମିକ ପରୀକ୍ଷାଫଳ ଅନୁଷ୍ଠିତ ହୋଇଥିଲା। ମୋଟ ୧୫୬ଟି ସଂସ୍କୃତ ମହାବିଦ୍ୟାଳୟର ପରୀକ୍ଷାର୍ଥୀମାନେ ୧୨୨ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ପରୀକ୍ଷା ନିମନ୍ତେ ମୋଟ ୮୩୫୫ ଜଣ ପିଲା ଫର୍ମ ଫିଲପ କିଣିଥିଲେ। ତେବେ ପରୀକ୍ଷା ସମୟରେ ୭୮୧ଜଣ ଅନୁପସ୍ଥିତ ରହିଥିଲେ। ଫଳରେ ଚଳିତବର୍ଷ ମୋଟ ୭୫୭୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୬୬୬୭ ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଚଳିତବର୍ଷ ମୋଟ ପାସ୍‌ ହାର ଶତକଡ଼ା ୮୯.୧୩ ରହିଛି। ପ୍ରଥମ ଶ୍ରେଣୀରେ ୧୮୧୮ଜଣ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୪୦୪୯ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ତୃତୀୟ ଶ୍ରେଣୀରେ ୭୭୧ଜଣ ଏବଂ କମ୍ପାର୍ଟମେଣ୍ଟାଲରେ ୨୯ଜଣ କୃତକାର୍ଯ୍ୟ ହୋଇଛନ୍ତି। ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ମୋଟ ୭୭ଜଣଙ୍କ ପରୀକ୍ଷାଫଳକୁ ବାତିଲ୍‌ କରାଯାଇଛି ଏବଂ ଅନ୍ୟ କାରଣବଶତଃ ୧୭ ଜଣଙ୍କର ପରୀକ୍ଷାଫଳକୁ ସ୍ଥଗିତ ରଖାଯାଇଛି। ତେବେ ଚଳିତବର୍ଷ କୃତକାର୍ଯ୍ୟ ହୋଇଥିବା ୬୬୬୭ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପୁଅଙ୍କ ଅପେକ୍ଷା ଝିଅଙ୍କ ସଂଖ୍ୟା ଅଧିକ ରହିଛି। ୩୩୪୦ଜଣ ଝିଅ ପରୀକ୍ଷାରେ ପାସ୍‌ ହୋଇଥିବା ବେଳେ ୩୩୨୭ଜଣ ପୁଅ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ରଣା ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri