Posted inଖେଳ

ଐତିହାସିକ ବିଜୟ ପରେ ଏମିତି କହିଦେଲେ ଶ୍ରୀଜେଶ

ପ୍ୟାରିସ, ୫।୮ (ପି.ଟି.):ଭାରତ ଓ ଗ୍ରେଟ୍‌ ବ୍ରିଟେନ ମଧ୍ୟରେ ରବିବାର ପ୍ୟାରିସ ଅଲିମ୍ପିକ୍ସର ପୁରୁଷ ହକି କ୍ୱାର୍ଟର ଫାଇନାଲ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଅବସର ସୂଚନା ଦେଇସାରି ଥିବାରୁ ଗୋଲକିପର ପି.ଆର୍‌. ଶ୍ରୀଜେଶଙ୍କର ଏହା ଶେଷ ମ୍ୟାଚ ହେବ ନା ସେ ଆଗକୁ ଆହୁରି ୨ଟି ମ୍ୟାଚ ଖେଳିବେ ତା’ ଉପରେ ସମସ୍ତଙ୍କ ନଜର ରହିଥିଲା। ପ୍ରଶଂସକଙ୍କୁ ନିରାଶ କରି ନ ଥିଲେ ଶ୍ରୀଜେଶ। ନିର୍ଦ୍ଧାରିତ ସମୟ ଖେଳ ୧-୧ରେ ରହିବା ପରେ ଶୁଟ୍‌ଆଉଟରେ ଚମତ୍କାରିତା ଦେଖାଇ ଭାରତକୁ ୪-୨ରେ ବିଜୟ ଦେଲେ। କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଖେଳୁଥିବା ଶ୍ରୀଜେଶ ମ୍ୟାଚ ପରେ କହିଛନ୍ତି ଯେ, ”ଜଣେ ଗୋଲକିପର ପାଇଁ ଏହା ଦୈନନ୍ଦିନ କାମ। ସବୁ ଦିନ ଭିନ୍ନ ଭିନ୍ନ ଥାଏ। ଆଜି ଆମ ଦିନ ଥିଲା। ଏପରି କି ଶୁଟ୍‌ଆଉଟ ପର୍ଯ୍ୟାୟରେ ମଧ୍ୟ ଆମ ଖେଳାଳିମାନେ ନିରାଶ କରି ନ ଥିଲେ“ ବୋଲି ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ମ୍ୟାଚର ରିୟଲ ହିରୋ ଶ୍ରୀଜେଶ। ଆମ ଖେଳାଳିମାନେ ସ୍କୋର କରୁଥିବାରୁ ମୋର ଆତ୍ମବିଶ୍ୱାସ ବଢ଼ି ଯାଇଥିଲା। ମୋ ପାଇଁ ଏହା ‘କର ଅବା ମର’ ସ୍ଥିତି ଥିଲା। ଏପରି ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ମୁଁ ପ୍ରସ୍ତୁତ ଥିଲି। ଆଜି ପଡ଼ିଆରେ ପ୍ରବେଶ ବେଳେ ମୋର ୨ଟି ବିକଳ୍ପ ଥିଲା। ଏହା ମୋର ଶେଷ ମ୍ୟାଚ ହୋଇପାରେ କିମ୍ବା ଆଗକୁ ୨ଟି ମ୍ୟାଚ ଖେଳିବାର ସୁଯୋଗ ସୃଷ୍ଟି ହୋଇପାରେ। ଏବେ ମୁଁ ଆଉ ୨ଟି ମ୍ୟାଚ ଖେଳିପାରିବି ବୋଲି ଶ୍ରୀଜେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?