Posted inଖେଳ

ସନ୍ନ୍ୟାସ ଘୋଷଣା କଲେ ଶ୍ରୀସାନ୍ଥ

ନୂଆଦିଲ୍ଲୀ,୯।୩: ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଏସ୍‌. ଶ୍ରୀସାନ୍ଥ ବୁଧବାର ଘରୋଇ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏହି ଘୋଷଣା ପାଇଁ କେରଳ ପେସର ସହାୟତା ନେଇଛନ୍ତି ଟୁଇଟରର। ଦେଶ ପାଇଁ ୨୭ ଟେଷ୍ଟ, ୫୩ ଦିନିକିଆ ଏବଂ ୧୦ ଟି୨୦ ମ୍ୟାଚ୍‌ ଖେଳିଥିବା ଶ୍ରୀସାନ୍ଥ ୨୦୦୭ ଆଇସିସି ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଦଳର ମଧ୍ୟ ସଦସ୍ୟ ଥିଲେ।

“ମୋ ପାଇଁ ଆଜି ଏକ କଷ୍ଟକର ଦିନ। କିନ୍ତୁ ଏହା ମୋ ଲାଗି କୃତଜ୍ଞତା ଜଣାଇବାର ଦିନ। ଇସିସି, ଏର୍ନାକୁଲମ ଜିଲା, କେରଳ ରାଜ୍ୟ କ୍ରିକେଟ୍‌ ଆସୋସିଏଶନ୍‌, ବିସିସିଆଇ, ଓ୍ବାରଓ୍ବିକଶାୟାର, ଇଣ୍ଡିଆନ ଏୟାରଲାଇନ୍ସ ଓ ଆଇସିସି ପକ୍ଷରୁ ଖେଳିବା ମୋ ପାଇଁ ସମ୍ମାନର ବିଷୟ। ୨୫ ବର୍ଷର କ୍ରିକେଟ କ୍ୟାରିୟରରେ ଜଣେ କ୍ରିକେଟର ଭାବେ ମୁଁ ସର୍ବଦା ସଫଳତା ଏବଂ ମ୍ୟାଚ୍‌ ଜିତିବା ପାଇଁ ଉଦ୍ୟମ କରିଛି। ମୋ ପରିବାର, ଦଳୀୟ ସାଥି ଖେଳାଳି, ଭାରତୀୟ ନାଗରିକଙ୍କୁ ପ୍ରତିନିଧିତ୍ୱ କରିବା ମୋ ଲାଗି ଏକ ସମ୍ମାନର ବିଷୟ। ଖୁବ୍‌ ଦୁଃଖର ସହିତ କିନ୍ତୁ ବିନା କୌଣସି ପଶ୍ଚାତାପରେ ମୁଁ ଭାରତୀୟ ଘରୋଇ କ୍ରିକେଟ(ପ୍ରଥମ ଶ୍ରେଣୀ ଓ ସମସ୍ତ ଫର୍ମାଟ)ରୁ ସନ୍ନ୍ୟାସ ନେଉଛି” ବୋଲି ଶ୍ରୀସାନ୍ଥ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri