ଅନୁମତି ପରେ ଶ୍ରୀସେତୁ କାମ

ପୁରୀ ଅଫିସ,୧୪ ।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପ କାମ ଚାଲିଥିବାବେଳେ ଆଗକୁ ଆହୁରି ଏକାଧିକ ପ୍ରକଳ୍ପ କାମ ଆରମ୍ଭ ହେବ। ଏହି ପ୍ରକଳ୍ପ ମଧ୍ୟରୁ ଶ୍ରୀସେତୁ ଅନ୍ୟତମ। ଗୁରୁବାର ରାଜ୍ୟ କ୍ୟାବିନେଟରେ ଶ୍ରୀସେତୁ ସମେତ ୪ଟି ପ୍ରକଳ୍ପ ପାଇଁ ୪୬୧କୋଟି ୨୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଖୁବ୍‌ଶୀଘ୍ର ଶ୍ରୀସେତୁ କାମ ଆରମ୍ଭ କରାଯିବା ଲାଗି ଶୁକ୍ରବାର ପୁରୀ ସର୍କିଟ ହାଉସ୍‌ରେ ଏଥିପାଇଁ ଗଠିତ ଏକ୍ସପର୍ଟ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି ପ୍ରକଳ୍ପ ଲାଗି ଜମି ଅଧିଗ୍ରହଣଠାରୁ ଆରମ୍ଭ କରି ଜନଶୁଣାଣିରେ ଲୋକେ ଦେଇଥିବା ମତାମତ ଉପରେ ଆଲୋଚନା କରାଯାଇଥିଲା। ଟିମ୍‌ରେ ଥିବା ୧୦ରୁ ଊର୍ଦ୍ଧ୍ୱ ଇଞ୍ଜିନିୟର ମଧ୍ୟ ବିଭିନ୍ନ ମତ ରଖିଥିଲେ। କମିଟି ଜିଲା ପ୍ରଶାସନ ମାଧ୍ୟମରେ ଶ୍ରୀସେତୁ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ। ରାଜ୍ୟ ସରକାରଙ୍କଠାରୁ ଅନୁମତି ମିଳିବା ପରେ କାମ ତ୍ୱରାନ୍ବିତ ହେବ ବୋଲି ସ୍ଥିର କରାଯାଇଛି। ବୈଠକରେ କମିଟି ଅଧ୍ୟକ୍ଷ ବିନ୍ଧେଶ୍ୱର ପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଭୂଅର୍ଜନ ଅଧିକାରୀ ପ୍ରଶାନ୍ତ ଜେନାଙ୍କ ସମେତ ଏକ୍ସପର୍ଟ କମିଟି ସଦସ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri