ଅନୁମତି ପରେ ଶ୍ରୀସେତୁ କାମ

ପୁରୀ ଅଫିସ,୧୪ ।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପ କାମ ଚାଲିଥିବାବେଳେ ଆଗକୁ ଆହୁରି ଏକାଧିକ ପ୍ରକଳ୍ପ କାମ ଆରମ୍ଭ ହେବ। ଏହି ପ୍ରକଳ୍ପ ମଧ୍ୟରୁ ଶ୍ରୀସେତୁ ଅନ୍ୟତମ। ଗୁରୁବାର ରାଜ୍ୟ କ୍ୟାବିନେଟରେ ଶ୍ରୀସେତୁ ସମେତ ୪ଟି ପ୍ରକଳ୍ପ ପାଇଁ ୪୬୧କୋଟି ୨୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଖୁବ୍‌ଶୀଘ୍ର ଶ୍ରୀସେତୁ କାମ ଆରମ୍ଭ କରାଯିବା ଲାଗି ଶୁକ୍ରବାର ପୁରୀ ସର୍କିଟ ହାଉସ୍‌ରେ ଏଥିପାଇଁ ଗଠିତ ଏକ୍ସପର୍ଟ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି ପ୍ରକଳ୍ପ ଲାଗି ଜମି ଅଧିଗ୍ରହଣଠାରୁ ଆରମ୍ଭ କରି ଜନଶୁଣାଣିରେ ଲୋକେ ଦେଇଥିବା ମତାମତ ଉପରେ ଆଲୋଚନା କରାଯାଇଥିଲା। ଟିମ୍‌ରେ ଥିବା ୧୦ରୁ ଊର୍ଦ୍ଧ୍ୱ ଇଞ୍ଜିନିୟର ମଧ୍ୟ ବିଭିନ୍ନ ମତ ରଖିଥିଲେ। କମିଟି ଜିଲା ପ୍ରଶାସନ ମାଧ୍ୟମରେ ଶ୍ରୀସେତୁ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ। ରାଜ୍ୟ ସରକାରଙ୍କଠାରୁ ଅନୁମତି ମିଳିବା ପରେ କାମ ତ୍ୱରାନ୍ବିତ ହେବ ବୋଲି ସ୍ଥିର କରାଯାଇଛି। ବୈଠକରେ କମିଟି ଅଧ୍ୟକ୍ଷ ବିନ୍ଧେଶ୍ୱର ପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଭୂଅର୍ଜନ ଅଧିକାରୀ ପ୍ରଶାନ୍ତ ଜେନାଙ୍କ ସମେତ ଏକ୍ସପର୍ଟ କମିଟି ସଦସ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?