Posted inଖେଳ

ଆର୍‌ସିବିକୁ ପରାଜୟରୁ ବଞ୍ଚାଇ ପାରିଲେ ନାହିଁ ଡି’ଭିଲୟର୍ସ

ଆର୍‌ସିବିକୁ ପରାଜୟରୁ ବଞ୍ଚାଇ ପାରିଲେ ନାହିଁ ଡି’ଭିଲୟର୍ସ

ଆବୁଧାବି,୬।୧୦: ଶେଷ ବଲ ପର୍ଯ୍ୟନ୍ତ ଚାଲିଲା ମ୍ୟାଚ୍‌। ତଥାପି ଜିତିପାରିଲା ନାହିଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ପ୍ଲେ-ଅପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିବା ଆରସିବିକୁ ୪ ରନ୍‌ରେ ହରାଇ ଦେଇଛି ସନରାଇଜର୍ସ ହାଇଦ୍ରାବାଦ୍‌। ୧୪୨ ରନ୍‌ର ସାଧାରଣ ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ବିରାଟ କୋହଲିଙ୍କ ଦଳ ବହୁ ସମୟ ଧରି ମ୍ୟାଚ୍‌ରେ ଆଗୁଆ ଥିଲେ। ଏପରି କି ଶେଷ ୩ ବଲରେ ଦଳକୁ ୧୨ ରନ୍‌ ଦରକାର ଥିବା ବେଳେ ଷ୍ଟ୍ରାଇକ୍‌ରେ ଥିଲେ ଏବି ଡି’ଭିଲୟର୍ସ। ଏହାସତ୍ତ୍ୱେ ବାଙ୍ଗାଲୋରକୁ ପରାଜୟ ସମ୍ମୁଖୀନ ହେବାକୁ ପଡ଼ିଛି।

ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍‌ ୨୦ ଓଭରରେ ୭ ଉଇକେଟ ହରାଇ ୧୪୧ ରନ୍‌ କରିଥିଲା। ଦଳ ପାଇଁ ଜାସୋନ ରୟ ୪୪ (୫ ଚୌକା) ଓ ଅଧିନାୟକ କେନ ଓ୍ବିଲିୟମସନ ୩୧ (୪ ଚୌକା) ରନ୍‌ କରିଥିଲେ। ଆରସିବି ପାଇଁ ପୁଣି ଥରେ ସଫଳ ବୋଲର ସାଜିଥିଲେ ହର୍ଶଲ ପଟେଲ ( ୩ ଉଇକେଟ)। ୧୪୨ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଆର୍‌ସିବି ପ୍ରାରମ୍ଭିକ ଓଭରରେ ୩ ଉଇକେଟ ହରାଇ ଦେଇଥିଲା। କିନ୍ତୁ ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ୪୦ (୩ ଚୌକା ଓ ୨ ଛକା) ରନ୍‌ର ଇନିଂସ ବାଙ୍ଗାଲୋର ପାଇଁ ସୃଷ୍ଟି କରିଥିଲା ବିଜୟ ସମ୍ଭାବନା। ମାତ୍ର ସେ ରନ୍‌ ଆଉଟ୍‌ ହେବା ପରେ ବଦଳି ଯାଇଥିଲା ମ୍ୟାଚ୍‌ର ସ୍ଥିତି। ଶେଷ ପର୍ଯ୍ୟନ୍ତ ଡି’ଭିଲୟର୍ସ (୧୯ ରନ୍‌, ଗୋଟିଏ ଲେଖାଏ ଚୌକା ଓ ଛକା) ଛିଡ଼ା ହୋଇଥିଲେ। ତଥାପି ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ ଦୂରରେ ରହିଯାଇଥିଲା ଆର୍‌ସିବି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri