Posted inଖେଳ

ଆଇପିଏଲ ଭେନ୍ୟୁ ଉପରେ ଆପତ୍ତି ଉଠାଇଲେ ହାଇଦ୍ରାବାଦ, ରାଜସ୍ଥାନ, ପଞ୍ଜାବ

ମୁମ୍ବାଇ,୧।୩ : ଆଗାମୀ ଆଇପିଏଲ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚୂଡ଼ାନ୍ତ କରିଥିବା ୬ଟି ଭେନ୍ୟୁ ଉପରେ ଆପତ୍ତି ଉଠାଇଛନ୍ତି ରାଜସ୍ଥାନ ରୟାଲ୍ସ, ପଞ୍ଜାବ କିଙ୍ଗ୍ସ ଓ ସନରାଇଜର୍ସ ହାଇଦ୍ରାବାଦ। ଆପତ୍ତି ଉଠାଇଥିବା ଫ୍ରାଞ୍ଚାଇଜର ହୋମ ଗ୍ରାଉଣ୍ଡକୁ ବିସିସିଆଇ ପକ୍ଷରୁ ଚୂଡ଼ାନ୍ତ କରାଯାଇଥିବା ଭେନ୍ୟୁ ତାଲିକାରେ ସ୍ଥାନ ଦିଆଯାଇନାହିଁ।

ଉଲ୍ଲେଖଥାଉ କି, ବିସିସିଆଇ ଚେନ୍ନାଇ, ମୁମ୍ବାଇ, ବାଙ୍ଗାଲୋର, କୋଲକାତା, ଦିଲ୍ଲୀ ଓ ଅହମ୍ମଦାବାଦ୍‌ ଗ୍ରାଉଣ୍ଡରେ ପୂରା ଆଇପିଏଲ ଆୟୋଜନ କରିବାକୁ ଯୋଜନା କରୁଛି।

”ଆମେ ୩ ଫ୍ରାଞ୍ଚାଇଜ ମୁଖ୍ୟତଃ ପ୍ରଭାବିତ ହେବୁ। ଦଳ ଭଲ ପ୍ରଦର୍ଶନ କରିବା ଅଲଗା କଥା। କିନ୍ତୁ ଯେଉଁ ଦଳମାନେ ଘରେ ୫ରୁ ୬ ଜିତନ୍ତି ଓ ବାହାର ଭେନ୍ୟୁରେ ଅଳ୍ପ ମ୍ୟାଚ୍‌ ଜିତି ପ୍ଲେ-ଅଫ୍‌ସରେ ପ୍ରବେଶ କରୁଛନ୍ତି। ସେହି ୫ ଦଳ (ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, ଚେନ୍ନାଇ ସୁପର କିଙ୍ଗ୍ସ, କୋଲକାତା ନାଇଟ୍‌ ରାଇଡର୍ସ, ଦିଲ୍ଲୀ କ୍ୟାପିଟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ) ଘରୋଇ ଭେନ୍ୟୁର ଫାଇଦା ଉଠାଇବେ। ଆମକୁ ସମସ୍ତ ମ୍ୟାଚ୍‌ ବାହାରେ ଖେଳିବାକୁ ପଡ଼ିବ ବୋଲି ଜଣେ ଫ୍ରାଞ୍ଚାଇଜ ଅଫିସିଆଲ କହିଛନ୍ତି। ତେବେ ୩ ଫ୍ରାଞ୍ଚାଇଜ ବିସିସିଆଇ ସିଇଓ ହେମାଙ୍ଗ ଆମିନଙ୍କ ନିକଟରେ ଆପତ୍ତି ଉଠାଇଛନ୍ତି। ମିଳିତ ଭାବେ ଲିଖିତ ଅଭିଯୋଗ ମଧ୍ୟ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri