Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ ଏହି ପ୍ରଶଂସକ ଚାକିରିରୁ ଇସ୍ତଫା ଦେଲେ କି? ଟୁଇଟର୍‌ରେ ଚାଲିଛି ଟ୍ରେଣ୍ଡ୍‌

ମୁମ୍ବାଇ,୧୩।୪: ଆଇପିଏଲ୍‌ ୨୦୨୨ରେ ଗୁଜରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଜଣେ ପ୍ରଶଂସକ ଟୁଇଟରରେ ବହୁତ ଟ୍ରେଣ୍ଡ କରୁଛନ୍ତି। ନିକଟରେ ଏହି ପ୍ରଶଂସକ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ବିପକ୍ଷ ମ୍ୟାଚରେ ଏକ ନିଆରା ପୋଷ୍ଟର ଧରି ଆସିଥିଲେ। ଏପ୍ରିଲ ୧୧ରେ ସନରାଇଜର୍ସ ହାଇଦ୍ରାବାଦ ବନାମ ଗୁଜରାଟ ଟାଇଟାନ୍ସ ମ୍ୟାଚ ସମୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ପ୍ରଶଂସକ ଏକ ପୋଷ୍ଟର ଦେଖାଉଥିଲେ। ଏଥିରେ ଲେଖାଥିଲା, ଯଦି ହାର୍ଦ୍ଦିକ ଆଜି ୫୦ ପୂରଣ କରନ୍ତି, ତେବେ ମୁଁ ମୋର ଚାକିରି ଛାଡିଦେବି। କୌତୁହଳର ବିଷୟ ହେଉଛି ଏହି ମ୍ୟାଚରେ ପାଣ୍ଡ୍ୟା ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ।
ପାଣ୍ଡ୍ୟା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୪୨ ବଲରୁ ୫୦ ରନର ଇନିଂସ ଖେଳିଥିଲେ। ସେ ମଧ୍ୟ ଏହି ଇନିଂସରେ ୪ ଚୌକା ଓ ଗୋଟିଏ ଛକା ମାରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ ଏହି ମ୍ୟାଚରେ ପୋଷ୍ଟର ଦେଖାଉଥିବା ବ୍ୟକ୍ତି ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛନ୍ତି। ପ୍ରଶଂସକମାନେ ଏହି ଯୁବକଙ୍କୁ ଟ୍ରୋଲ କରୁଛନ୍ତି। ଏହି ପୋଷ୍ଟର ଦେଖାଉଥିବା ବ୍ୟକ୍ତି କେଉଁଠାରେ ଅଛନ୍ତି? ସେ ଚାକିରିରୁ ଇସ୍ତଫା ଦେଇଛନ୍ତି କି? ପ୍ରଶଂସକମାନେ ବର୍ତ୍ତମାନ ସୋସିଆଲ ମିଡିଆରେ ଏଭଳି ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri