Posted inଖେଳ

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚରେ ୫୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି।

ହାଇଦ୍ରାବାଦ ୨୦ ଓଭରରେ ୬ ଉଇକେଟ ହରାଇ ୨୧୬ ରନ କରିଥିଲା। ଜବାବରେ ଏକଦା ୯ ରନରେ ୫ ଉଇକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟରେ ପଡ଼ିଥିବା ରାଜସ୍ଥାନ ଡୋନୋଭାନ ଫେରିରାଙ୍କ ଲଢ଼ୁଆ ଅର୍ଦ୍ଧଶତକ ବଳରେ ୧୯ ଓଭରରେ ୧୫୯ ରନ କରିବାକୁ ସକ୍ଷମ ହୋଇଥିଲା। ୫ ମ୍ୟାଚରୁ ରାଜସ୍ଥାନର ଏହା ପ୍ରଥମ ପରାଜୟ ହୋଇଥିବାବେଳେ ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ।

ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ ରାଜସ୍ଥାନ ଅଧିନାୟକ ରିୟାନ ପରାଗ। ଜୋଫ୍ରା ଆର୍ଚରଙ୍କ ପ୍ରଥମ ବଲ୍‌ରେ ଅଭିଷେକ ଶର୍ମା ଆଉଟ ହେବାରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ନିରବତା ଛାଇ ଯାଇଥିଲା। ଟ୍ରାଭିସ ହେଡ୍‌ ଓ ଅଧିନାୟକ ଇଶାନ କିଶନ ଦ୍ୱିତୀୟ ଉଇକେଟରେ ୫୫ ରନ ଯୋଡ଼ି ଇନିଂସ ସମ୍ଭାଳିଥିଲେ। ହେଡ୍‌ ୧୮ ରନକରି ଆଉଟ ହୋଇଥିବାବେଳେ ବିସ୍ଫୋରକ ବ୍ୟାଟିଂ କରିଥିଲେ କିଶନ। କିଶନ ଓ ହେନରିଚ୍‌ କ୍ଲାସେନଙ୍କ ତୃତୀୟ ଉଇକେଟ ଯୋଡ଼ିରେ ମାତ୍ର ୩୯ ବଲ୍‌ରୁ ୮୮ ରନ ସଂଗୃହୀତ ହୋଇଥିଲା। କିଶନ ଶତକର ନିକଟତର ହୋଇଥିଲେ ହେଁ ୪୪ ବଲ୍‌ରୁ ୮ ଚୌକା ଓ ୬ ଛକା ସହାୟତାରେ ୯୧ ରନ ସଂଗ୍ରହ କରିଥିବା ବେଳେ ସନ୍ଦିପ ଶର୍ମାଙ୍କ ବୋଲିଂରେ କଟ୍‌ ଆଣ୍ଡ ବୋଲ୍ଡ ହୋଇ ଯାଇଥିଲେ। କ୍ଲାସେନ ବ୍ୟକ୍ତିଗତ ୪୦ (୨୬ ବଲ, ୧ ଚୌକା, ୩ ଛକା) ରନ କରିଥିଲେ। ଶେଷ ଭାଗରେ ନୀତୀଶ କୁମାର ରେଡ୍ଡୀ ଓ ସଲିଲ ଆରୋରା କେତେକ ଦର୍ଶନୀୟ ଶଟ୍‌ ଖେଳିବାରୁ ହାଇଦ୍ରାବାଦ ସ୍କୋର ୨୦୦ ଅତିକ୍ରମ କରିଥିଲା। ନୀତୀଶ ୨୮ ରନ କରି ଆଉଟ ହୋଇଥିବା ବେଳେ ଆରୋରା ୨୪ ରନରେ ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri