ଏକାକାର ହେବେ ଭକ୍ତ-ଭଗବାନ

କେନ୍ଦୁଝର,୨୦ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ରାତି ପାହିଲେ ପବିତ୍ର ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା। ନଅ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ପର୍ବ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉତ୍ତାପର ହ୍ରାସ ଏବଂ ମେଘାଚ୍ଛନ୍ନ ଆକାଶ ତଥା ତାତି କମି ପାଗ ଅନୁଳୂଳ ହୋଇଛି। ପବିତ୍ର ପର୍ବରେ ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଭଗବାନ ମନ୍ଦିର ବାହାରକୁ ଆସିବେ। ଏ ନେଇ କେନ୍ଦୁଝରର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଗୁଣ୍ଡିଚାଯାତ୍ରା ଉପଲକ୍ଷେ ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହୋଇଥିବା ରଥ ନିର୍ମାଣ ସରିବା ସହ ପଥ ମଧ୍ୟ ପ୍ରସ୍ତୁତ ହୋଇ ରହିଛି।
ପୁରୁଣା ସହର ଉତ୍ସବମୁଖର ହୋଇଉଠିଛି। କେବଳ ଭକ୍ତମାନେ ରଥାରୂଢ଼ ଭଗବାନ୍‌ଙ୍କୁ ଟାଣି ନେଇ ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇବାକୁ ବାକି ରହିଛି। ଭକ୍ତ ଓ ଭଗବାନ୍‌ ଏକ ହେବେ ଏଥିପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ବ୍ରାହ୍ମଣ, ସେବାୟତ, ଶ୍ରୀ ଜୀଉଙ୍କୁ ରଥ ଉପରକୁ ପହଣ୍ଡି କରି ନେବା ପାଇଁ ପହଣ୍ଡିଆ ସେବକ, ଘଣ୍ଟ ଓ ଶଙ୍ଖ ବାଦକମାନେ ଅପେକ୍ଷାରେ ଅଛନ୍ତି। ରଥରେ ଛେରାପହଁରା କରିବା ପାଇଁ ରାଜା ଓ ରଥକୁ ଆଗକୁ ଗଡ଼ାଇନେବାକୁ ଡାହୁକ ଏବଂ ରଥଯାତ୍ରାର ଧାରା ବିବରଣୀ ପ୍ରଚାର ପାଇଁ ଘୋଷକମାନେ ଉତ୍ସୁକ ହେଲେଣି। ବିଶ୍ୱର ସର୍ବୋଚ୍ଚ ରଥ ବଡ଼ଦାଣ୍ଡରେ ଗଡ଼ିବା ଅପେକ୍ଷାରେ ରହିଥିବା ବେଳେ ରଥ ଟାଣିବା ପାଇଁ ଭକ୍ତଙ୍କ ଆବେଗ ବଢ଼ିଚାଲିଛି। ଆଲୋକ ସଜ୍ଜାରେ ବଡ଼ ଦେଉଳ, ଝୋଟିରେ ବଡ଼ଦାଣ୍ଡ ଓ ଗୁଣ୍ଡିଚା ମନ୍ଦିର ପରିସର ଝଟକୁଛି। ଭକ୍ତଙ୍କ ସୁରକ୍ଷା ଏବଂ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ବାହିନୀ ମଧ୍ୟ ପ୍ରସ୍ତୁତ। ବିଭିନ୍ନ ସଂଗଠନ, କ୍ଲବ୍‌ର ସଦସ୍ୟା/ସଦସ୍ୟମାନେ ଭକ୍ତଙ୍କୁ ସୁବିଧା ଯୋଗାଇଦେବା ସହ ସହାୟତା ଦେବାକୁ ପହଞ୍ଚି ଗଲେଣି। ବଡ଼ଦାଣ୍ଡ, ଏହାର ବାହାରେ ଛୋଟ ଦୋକାନୀ ଆସର ମେଲିବାକୁ ବସିଥିବା ବେଳେ ମେଳା, ମୀନା ବଜାର ଆୟୋଜନ ଚାଲିଛି। ସେହିପରି ସାଂସ୍କୃତିକ କାର୍ଯ୍ୟକ୍ରମ, ଭଜନ ସମାରୋହ ପାଇଁ ମଧ୍ୟ ବ୍ୟବସ୍ଥା ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri