ଶ୍ରୀ ଜଗନ୍ନାଥ ମନ୍ଦିର ଘଣ୍ଟ ଚୋରି କରି ନେଇଥିଲେ, ସିସିଟିଭି ଫୁଟେଜ୍‌ରୁ ଚିହ୍ନଟ କରି ଅଭିଯୁକ୍ତଙ୍କୁ ଗିରଫ, କୋର୍ଟ ଚାଲାଣ ପରେ…

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଘଣ୍ଟ ଚୋରି ହୋଇଥିବା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍ ଜେଲ୍ ହାଜତକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ସାହାଣୀ ସାହିର ମୁରଲୀ ଦାସ (୧୯)। ଦିଗପହଣ୍ଡି ଥାନା ଏଏସଆଇ ଦିଲ୍ଲୀପ ଗରଡ଼ା ଗୁରୁବାର ଅପରାହ୍ନ ପ୍ରାୟ ୧ଟା ସମୟରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏନେଇ ଥାନାରେ ମାମଲା ନଂ ୪୧୬/୨୫ ଏବଂ ଭାରତୀୟ ନ୍ୟାୟ ସଂହିତା (BNS)ର ଦଫା ୩୩୧(୩)/୩୦୫/୩(୫) ଅନୁଯାୟୀ ମକଦ୍ଦମା ରୁଜୁ ହୋଇଥିଲା।

ଗତ ୨୦୨୫ ନଭେମ୍ବର ୧୦ ତାରିଖରେ ଅଭିଯୁକ୍ତ ମୁରଲୀ ଏବଂ ଜଣେ ନାବାଳକ ରାଜବାଟି ପରିସରସ୍ଥ ମନ୍ଦିର ଭଣ୍ଡାର ଘର ଛାତର ଝିକର ଭାଙ୍ଗି ପ୍ରାୟ ୧୨ କିଲୋଗ୍ରାମ ଓଜନର ପିତ୍ତଳ ଘଣ୍ଟ ଚୋରି କରି ନେଇଥିଲେ। ଘଟଣାର ପରଦିନ ମନ୍ଦିର ତତ୍ତ୍ୱାବଧାରକ ଦେବୀ ପ୍ରସାଦ ରଥ ସିସିଟିଭି ଫୁଟେଜରୁ ଉଭୟଙ୍କୁ ଚିହ୍ନଟ କରି ଥାନାରେ ଏତଲା ଦେଇଥିଲେ। ପୋଲିସ ନାବାଳକଙ୍କ ସୂଚନା ମୁତାବକ ଦିଗପହଣ୍ଡି ପୁଞ୍ଜିକଂୟା ଛକସ୍ଥିତ ଏକ ପିତ୍ତଳ ସାମଗ୍ରୀ ଦୋକାନରେ ଚଢ଼ାଉ କରି ଚୋରି ହୋଇଥିବା ଘଣ୍ଟ ଜବତ କରିଥିଲା। ଦୋକାନ ମାଲିକ ଉଦୟ ନାଥ ନାୟକ ୧୬ ଶହ ଟଙ୍କା ଦେଇ ଏହାକୁ କିଣିଥିବା ସ୍ୱୀକାର କରିଥିଲେ। ସହଯୋଗୀ ନାବାଳକଙ୍କୁ ପୂର୍ବରୁ ବାଳ ସୁଧାର ଗୃହକୁ ପଠାଯାଇଥିବା ବେଳେ, ଘଟଣା ପରଠାରୁ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ମୁରଲୀ ଦାସଙ୍କୁ ବର୍ତ୍ତମାନ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri