କଳାଭୂମିରେ ଖୋଲିଲା ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପରିସରରେ ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି ଖୋଲିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି କଳା ଓ ସଂସ୍କୃତିପ୍ରେମୀଙ୍କ ଉଦ୍ଦେଶ୍ୟ ଲୋକାର୍ପଣ କରିଛନ୍ତି। ଜଗନ୍ନାଥ ସଂସ୍କୃତି ସହ ଓତପ୍ରୋତ ଭାବେ ଜଡିତ ହସ୍ତଶିଳ୍ପ ଓ ହସ୍ତତନ୍ତ ଯଥା ପଟ୍ଟଚିତ୍ର, କତା, ପିପିଲି ଚାନ୍ଦୁଆ, ଟେରାକୋଟା, ସୋଲାପୀଠ, ପିତ୍ତଳ ସାମଗ୍ରୀ, ବିଭିନ୍ନ ଧାତୁରେ ର୍ନିମିତ ହସ୍ତଶିଳ୍ପର ଅନନ୍ୟ କାରୁକାର୍ଯ୍ୟ ଏହି ଗ୍ୟାଲେରିରେ ସ୍ଥାନିତ କରାଯାଇଛି। ଏହି ନୂତନ ଗ୍ୟାଲେରିରେ ପ୍ରଭୁ ଜଗନ୍ନାଥଙ୍କ ୬ଟି ପ୍ରଧାନ ବେଶ ପ୍ରଦର୍ଶିତ ହୋଇଛି। ୧୯୦୫ରେ ଶେଷଥର ପାଇଁ ହୋଇଥିବା ଜଗନ୍ନାଥଙ୍କ ଦୁର୍ଲଭ ‘ରଘୁନାଥ ବେଶ’ ରହିଛି। ଦୁଇଟି ପୁରାତନ ନୃତ୍ୟଶୈଳୀ ଓ ନୈପୁଣ୍ୟ ‘ମାହାରୀ’ ଓ ଗୋଟିପୁଅ’ ଗ୍ୟାଲେରିରେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ମନ୍ଦିର ଅଗଣାରେ ବଡ ପଟ୍ଟଚିତ୍ର କଳା, ଅରୁଣ ସ୍ତମ୍ଭ ଓ ମେଘନାଦ ପାଚେରି ଆଦି ଜଗନ୍ନାଥ ସଂସ୍କୃତିର ବାର୍ତ୍ତାବହ ସାଜିଛି। ଗ୍ୟାଲେରି କାନ୍ଥରେ ଆନୁଷ୍ଠାନିକ ରଥ ନିର୍ମାଣର ଅନୁପମ ଫଟୋଚିତ୍ର, ରଥଯାତ୍ରା ଓ ନବକଳେବରର ନିଖୁଣ ଛବି ପ୍ରଦର୍ଶିତ ହୋଇଛି। ଏହି ଗ୍ୟାଲେରି ବିଶ୍ବର ପ୍ରତ୍ୟେକ ଜଗନ୍ନାଥପ୍ରେମୀ, ଗବେଷକଙ୍କ ପାଇଁ ଏକ ଉପହାର ସଦୃଶ ହୋଇଥିବାବେଳେ ଏହା କଳାଭୂମିର ଗୁରୁତ୍ୱ ତଥା ଆକର୍ଷଣକୁ ମଧ୍ୟ ବୃଦ୍ଧି କରିଛି ବୋଲି ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ପକ୍ଷରୁ କୁହାଯାଇଛି।
ଉତ୍ସବରେ ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ୍‌, ସଚିବ ଶୁଭା ଶର୍ମା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର୍‌, ବାଲକ୍ରିଷ୍ଣନ୍‌, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରକାଶ ଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’କୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ଏହି ସଂଗ୍ରହାଳୟରେ ୯ଟି ଗ୍ୟାଲେରି ସହିତ ମୁକ୍ତାକାଶ ରଙ୍ଗମଞ୍ଚ,ପିଲାମାନଙ୍କ ଖେଳ ପ୍ରାଙ୍ଗଣ, କର୍ମଶାଳା, ସ୍ମରଣିକା ବିକ୍ରୟ କେନ୍ଦ୍ର, କ୍ୟାଣ୍ଟିନ ଓ କାଫେ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri