କଳାଭୂମିରେ ଖୋଲିଲା ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପରିସରରେ ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି ଖୋଲିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି କଳା ଓ ସଂସ୍କୃତିପ୍ରେମୀଙ୍କ ଉଦ୍ଦେଶ୍ୟ ଲୋକାର୍ପଣ କରିଛନ୍ତି। ଜଗନ୍ନାଥ ସଂସ୍କୃତି ସହ ଓତପ୍ରୋତ ଭାବେ ଜଡିତ ହସ୍ତଶିଳ୍ପ ଓ ହସ୍ତତନ୍ତ ଯଥା ପଟ୍ଟଚିତ୍ର, କତା, ପିପିଲି ଚାନ୍ଦୁଆ, ଟେରାକୋଟା, ସୋଲାପୀଠ, ପିତ୍ତଳ ସାମଗ୍ରୀ, ବିଭିନ୍ନ ଧାତୁରେ ର୍ନିମିତ ହସ୍ତଶିଳ୍ପର ଅନନ୍ୟ କାରୁକାର୍ଯ୍ୟ ଏହି ଗ୍ୟାଲେରିରେ ସ୍ଥାନିତ କରାଯାଇଛି। ଏହି ନୂତନ ଗ୍ୟାଲେରିରେ ପ୍ରଭୁ ଜଗନ୍ନାଥଙ୍କ ୬ଟି ପ୍ରଧାନ ବେଶ ପ୍ରଦର୍ଶିତ ହୋଇଛି। ୧୯୦୫ରେ ଶେଷଥର ପାଇଁ ହୋଇଥିବା ଜଗନ୍ନାଥଙ୍କ ଦୁର୍ଲଭ ‘ରଘୁନାଥ ବେଶ’ ରହିଛି। ଦୁଇଟି ପୁରାତନ ନୃତ୍ୟଶୈଳୀ ଓ ନୈପୁଣ୍ୟ ‘ମାହାରୀ’ ଓ ଗୋଟିପୁଅ’ ଗ୍ୟାଲେରିରେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ମନ୍ଦିର ଅଗଣାରେ ବଡ ପଟ୍ଟଚିତ୍ର କଳା, ଅରୁଣ ସ୍ତମ୍ଭ ଓ ମେଘନାଦ ପାଚେରି ଆଦି ଜଗନ୍ନାଥ ସଂସ୍କୃତିର ବାର୍ତ୍ତାବହ ସାଜିଛି। ଗ୍ୟାଲେରି କାନ୍ଥରେ ଆନୁଷ୍ଠାନିକ ରଥ ନିର୍ମାଣର ଅନୁପମ ଫଟୋଚିତ୍ର, ରଥଯାତ୍ରା ଓ ନବକଳେବରର ନିଖୁଣ ଛବି ପ୍ରଦର୍ଶିତ ହୋଇଛି। ଏହି ଗ୍ୟାଲେରି ବିଶ୍ବର ପ୍ରତ୍ୟେକ ଜଗନ୍ନାଥପ୍ରେମୀ, ଗବେଷକଙ୍କ ପାଇଁ ଏକ ଉପହାର ସଦୃଶ ହୋଇଥିବାବେଳେ ଏହା କଳାଭୂମିର ଗୁରୁତ୍ୱ ତଥା ଆକର୍ଷଣକୁ ମଧ୍ୟ ବୃଦ୍ଧି କରିଛି ବୋଲି ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ପକ୍ଷରୁ କୁହାଯାଇଛି।
ଉତ୍ସବରେ ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ୍‌, ସଚିବ ଶୁଭା ଶର୍ମା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର୍‌, ବାଲକ୍ରିଷ୍ଣନ୍‌, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରକାଶ ଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’କୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ଏହି ସଂଗ୍ରହାଳୟରେ ୯ଟି ଗ୍ୟାଲେରି ସହିତ ମୁକ୍ତାକାଶ ରଙ୍ଗମଞ୍ଚ,ପିଲାମାନଙ୍କ ଖେଳ ପ୍ରାଙ୍ଗଣ, କର୍ମଶାଳା, ସ୍ମରଣିକା ବିକ୍ରୟ କେନ୍ଦ୍ର, କ୍ୟାଣ୍ଟିନ ଓ କାଫେ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri