Posted inଖେଳ

ଶ୍ରୀଲଙ୍କା ୧୭୪ରେ ଅଲଆଉଟ୍‌; ଭାରତ ଦେଲା ଫଲୋଅନ୍‌

ମୋହାଲି,୬।୩: ଏଠାରେ ଚାଲୁଥିବା ପ୍ରଥମ ଟେଷ୍ଟରେ ଶ୍ରୀଲଙ୍କାକୁ ଫଲୋଅନ୍‌ ଦେଇଛି ଭାରତ । ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ଟେଷ୍ଟରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଟିମ୍‌ ଇଣ୍ଡିଆ । ବ୍ୟାଟ୍ସମ୍ୟାନମାନଙ୍କ ଦମ୍‌ଦାର ବ୍ୟାଟିଂ ଯୋଗୁ ଦଳ ଶ୍ରୀଲଙ୍କା ସମ୍ମୁଖରେ ୫୭୪ରନ୍‌ର ବିଶାଳ ସ୍କୋର ଛିଡ଼ା କରିଥିଲା । ଭାରତ ପକ୍ଷରୁ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଅପରାଜିତ ୧୭୫ ରନ୍‌ କରିଥିବା ବେଳେ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ୯୬ ରନ୍‌ କରିଥିଲେ ।

ଭାରତର ପାଳି ଘୋଷଣା ପରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ଖରାପ ପ୍ରଦର୍ଶନ କରିଛି। ଭାରତୀୟ ବୋଲିଂରେ ଘାଇଲା ହୋଇ ମାତ୍ର ୧୭୪ରନ୍‌ରେ ଅଲଆଉଟ୍‌ ହୋଇଛି ଶ୍ରୀଲଙ୍କା ଟିମ୍‌ । ଫଳରେ ଭାରତ ଶ୍ରୀଲଙ୍କାକୁ ଫଲୋଅନ୍‌ ଦେଇଛି । ଏହାପରେ ମଧ୍ୟ ଦଳ ପ୍ରଦର୍ଶନ କରିପାରିନାହିଁ । ଖବର ଲେଖାଯିବା ସୁଦ୍ଧା ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ୩ ଉଇକେଟ ହରାଇ ୮୪ ରନ୍‌ କରିଛି। ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ୨ଟି ଏବଂ ମହମ୍ମଦ ଶାମୀ ଗୋଟିଏ ଉଇକେଟ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri