ଷ୍ଟେଜ୍‌ରେ ସୁନ୍ଦରୀ ମୁକୁଟକୁ ନେଇ ଟଣାଓଟରା: ଆହତ ହେଲେ ମିସେସ୍‌ ଶ୍ରୀଲଙ୍କା, ମିସେସ୍‌ ଓ୍ବାଲର୍‌ଡ ଗିରଫ

ଶ୍ରୀଲଙ୍କାରେ ନିକଟରେ ଅନୁଷ୍ଠିତ ହୋଇଥିବା ସୁନ୍ଦରୀ ପ୍ରତିଯୋଗୀତା ସମୟରେ ବିଜେତାଙ୍କୁ ନେଇ ହୋଇଥିବା ବିବାଦ କାରଣରୁ କଲମ୍ବୋ ପୋଲିସ ମିସେସ ଓ୍ବାଲର୍‌ଡଙ୍କୁ ଗିରଫ କରିଛି। ମିସେସ ଓ୍ବାଲର୍‌ଡ କାରୋଲିନ ଜୁରିଙ୍କ ଉପରେ ଅଭିଯୋଗ ଲାଗିଛି ଯେ, ସେ ନୂତନ ମିସେସ ଶ୍ରୀଲଙ୍କାଙ୍କ ମୁଣ୍ଡରୁ ଜୋର୍‌ ଜବରଦସ୍ତ ମୁକୁଟ ଛଡ଼ାଇଆଣିବାକୁ ଚେଷ୍ଟା କରିଥିଲେ। ଫଳରେ ଏଥିରେ ନୂଆ ମିସେସ୍‌ ଶ୍ରୀଲଙ୍କାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ପ୍ରକାଶ ଯେ, ଗତ ରବିବାର ଅନୁଷ୍ଠିତ ଏହି ସୁନ୍ଦରୀ ପ୍ରତିଯୋଗିତାରେ ପୁଷ୍ପିକା ଡି ସିଲଭାଙ୍କୁ ନୂତନ ମିସେଜ୍‌ ଶ୍ରୀଲଙ୍କା ଭାବେ ଚୟନ କରାଯାଇ ତାଙ୍କ ମୁଣ୍ଡରେ ବିଜେତା ମୁକୁଟ ପିନ୍ଧାଯାଇଥିଲା। ମାତ୍ର ପୂର୍ବ ମିସେଜ୍‌ ଓ୍ବାଲର୍‌ଡ କାରୋଲିନ ଜୁରି ତାଙ୍କ ମୁଣ୍ଡରୁ ମୁକୁଟ ଛଡ଼ାଇବାକୁ ଚେଷ୍ଟା କରିଥିଲେ। ଜୁରୀ ଗତ ବର୍ଷ ମିସେସ୍‌ ଶ୍ରୀଲଙ୍କା ମଧ୍ୟ ହୋଇଥିଲେ। ପୁଷ୍ପିକାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ସମୟର ସିଧା ପ୍ରସାରଣ ଚାଲିଥିଲା। ଥିଏଟରରେ ଉପସ୍ଥିତ ସମସ୍ତ ଦର୍ଶକ ଏହି ଘଟଣାକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ ପୋଲିସ ଜୁରୀଙ୍କ ସମେତ ତାଙ୍କର ଜଣେ ବନ୍ଧୁଙ୍କୁ ମଧ୍ୟ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri