Posted inଖେଳ

ସୁପର-୪’ରେ ସ୍ଥାନ ପକ୍କା କଲେ ଶ୍ରୀଲଙ୍କା, ବାଂଲାଦେଶ

ଆବୁଧାବି,୧୮ା୯: ନୁଓ୍ବାନ ଥୁସାରାଙ୍କ ଘାତକ ବୋଲିଂ ଓ ପରେ କୁସାଲ ମେଣ୍ଡିସଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଚଳିତ ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ଗ୍ରୁପ୍‌-ବି’ର ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କା ୬ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହା ଶ୍ରୀଲଙ୍କାର କ୍ରମାଗତ ତୃତୀୟ ବିଜୟ। ଏହି ବିଜୟ ସହ ଗ୍ରୁପ୍‌-ବି’ରୁ ଶ୍ରୀଲଙ୍କା ଓ ବାଂଲାଦେଶ ସୁପର-୪’ରେ ସ୍ଥାନ ପକ୍କା କରିଛନ୍ତି।

ବ୍ୟାଟିଂ କରିଥିବା ଆଫଗାନିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୯ ରନ କରିଥିଲା। ଦଳ ୧୯ ଓଭର ସୁଦ୍ଧା ୭ ଉଇକେଟ ହରାଇ ୧୩୭ ରନ କରି ସଂଘର୍ଷ କରୁଥିଲା। ହେଲେ ମହମ୍ମଦ ନବି ଶେଷ ଓଭରରେ ଲଗାତର ୫ ଛକା ଲଗାଇ ଦଳୀୟ ସ୍କୋରକୁ ସମ୍ମାନଜନକ ସ୍ଥିତିରେ ପହଞ୍ଚାଇଥିଲେ। ନବି ୨୨ ବଲରେ ୩ ଚୌକା ଓ ୬ ଛକା ସହିତ ୬୦ ରନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ରଶିଦ ଖାନ ଓ ଇବ୍ରାହିମ ଜଦ୍ରାନ ୨୪ ଲେଖାଏ ରନ କରିଥିଲେ। ଶ୍ରୀଲଙ୍କା ପାଇଁ ଥୁସାରା ୪ ଉଇକେଟ ନେଇଥିଲେ। ଜବାବରେ ଶ୍ରୀଲଙ୍କା ୧୮.୪ ଓଭରରେ ୪ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଦଳ ପକ୍ଷରୁ କୁସାଲ ମେଣ୍ଡିସ ୭୪ ଓ କାମିଣ୍ଡୁ ମେଣ୍ଡିସ ୨୬ ରନ କରି ମ୍ୟାଚ୍‌ ଫିନିଶ କରିଥିବା ବେଳେ କୁସାଲ ପେରେରା ୨୮ ରନ କରିଥିଲେ। ଆଫଗାନିସ୍ତାନ ପାଇଁ ମୁଜିବ ଉର ରହମାନ, ଆଜମାତୁଲା ଓମାରଜାଇ, ମହମ୍ମଦ ନବି ଓ ନୂର ଅହମଦ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?