Posted inଖେଳ

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ୧୯.୫ ଓଭରରେ ୪ ୱିକେଟ ହରାଇ ରନ ସଂଗ୍ରହ କରିଛି । ଲଢୁଆ ବ୍ୟାଟିଂ କରି ଟିମ ଶ୍ରୀଲଙ୍କା ୬ ୱିକେଟରେ ବିଜୟୀ ହୋଇଛି । ପଥୁମ ନିଶାଙ୍କା ୩୭ ବଲରେ ୫୨ ରନ କରିଥିବାବେଳେ କୁସାଲ ମେଣ୍ଡିସ୍ ୩୭ ବଲରେ ୫୭ ରନ କରିଥିଲେ ।

ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୭୩ ରନ୍‌ କରିଛି। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୪ ରନ୍‌ ରହିଥିଲା।

ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ପାଇଁ ପଡ଼ିଆକୁ ଓହ୍ଲାଇ ପ୍ରଥମରୁ ବିପର୍ଯ୍ୟୟର ଶିକାର ହୋଇଥିଲା। ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଟିମ୍‌ ଶ୍ରୀଲଙ୍କା ବୋଲିଂରେ ଭାରତୀୟ ଦଳ ପାଇଁ ସମସ୍ୟା ସୃଷ୍ଟି କରିଥିଲେ।

ବିରାଟ କୋହଲି ୪ ଟି ବଲ ଖେଳି କୌଣସି ରନ୍‌ ନକରି ପାଭିଲିୟନ ଫେରି ଯାଇଥିବାବେଳେ କେଏଲ ରାହୁଲ ୭ ବଲ୍‌ ଖେଳି ୬ ରନ୍‌ କରି ଏଲବିଡବ୍ଲ୍ୟୁ ହୋଇଥିଲେ। ତେବେ ଅଧନାୟକ ରୋହିତ ଶର୍ମା ୪୧ ବଲ୍‌ରେ ୭୨ ରନ୍‌ ଏବଂ ସୂର୍ଯ୍ୟ କୂମାର ଯାଦବ ୨୯ ବଲରେ ୩୪ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?