ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ଶହରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ମହିଳା, ଶିଶୁ ଓ ୧୧ଜଣ ବିଦେଶୀ ନାଗରିକ ଥିବା ଜଣାପଡ଼ିଛି।  ତେବେ ଏହି ବିସ୍ଫୋରଣରେ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ତାମିଲର ପପୁଲାର ଅଭିନେତ୍ରୀ ରାଧିକା ଶରଥକୁମାର। ବିସ୍ଫୋରଣ ହେବାର କିଛି ସମୟ ପୂର୍ବରୁ ରାଧିକା ବିମାନରେ ଚେନ୍ନାଇ ଯିବା ପାଇଁ ହୋଟୋଲରୁ ବାହାରିଥିଲେ। ଏହି   ବିସ୍ଫୋରଣ ପରେ ସେ ଟୁଇଟ କର କହିଛନ୍ତି, ସିନାମନ୍‌ଗ୍ରାଣ୍ଡ ହୋଟେଲରୁ ବାହାରିବା ବେଳେ ଏହି ବିସ୍ପୋରଣର ସୂଚନା ମିଳିଥିଲା, ଏହି ଆକ୍ରମଣରେ ସେ ବହୁ ମର୍ମାହତ ହୋଇଛନ୍ତି। ଏଥିସହ ସେ କଲମ୍ବୋ ବାସିନ୍ଦାଙ୍କ ପାଇଁ ଦୁଃଖ ପ୍ରକାଶ କରିବା ସହ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି । ଅପରପକ୍ଷରେ ଏହି ମାମଲାରେ ୭ଜଣ ଅଭିଯୁକ୍ତଙ୍କୁ ଗିରଫ କରିସାରିଛି କଲମ୍ବୋ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri