Posted inଖେଳ

ପାକିସ୍ତାନରେ ପହଞ୍ଚିଲା ଶ୍ରୀଲଙ୍କା କ୍ରିକେଟ ବୋର୍ଡର ପ୍ରତିନିଧି ଦଳ: ଜାଣନ୍ତୁ କ’ଣ ପାଇଁ…

ଲାହୋର,୨୮ା୧୦: ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି)ର ଏକ ପ୍ରତିନିଧି ଦଳ ପାକିସ୍ତାନ ପଠାଇଛି। କାରଣ ସେମାନଙ୍କ ଦଳ ପାକିସ୍ତାନରେ ଅନେକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବାର କାର୍ଯ୍ୟକ୍ରମ ରହିଛି। ପ୍ରତିନିଧି ଦଳ ଇତିମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଫିସିଆଲଙ୍କ ସହ ଆଲୋଚନା କରିଛି। ସେମାନଙ୍କ କ୍ରିକେଟ ଦଳ ପାଇଁ କି ପ୍ରକାଶ ସୁରକ୍ଷା ବ୍ୟବସ୍ଥା କରାଯାଇଛି ସେ ସମ୍ପର୍କରେ ପିସିବି ଅଫିସିଆଲଙ୍କଠାରୁ ସେମାନେ ପଚାରି ବୁଝିଛନ୍ତି। ଶ୍ରୀଲଙ୍କା ପ୍ରତିନିଧି ଦଳ ଲାହୋର, ରାଓ୍ବଲପିଣ୍ଡି ଓ ଫୈସଲାବାଦର ମ୍ୟାଚ ସ୍ଥଳ ଗସ୍ତ କରିବେ, ଯେଉଁଠାରେ କି ମ୍ୟାଚଗୁଡ଼ିକ ଖେଳାଯିବ।

ସେଠାରେ ସେମାନେ ଅୟୋଜକ ଏବଂ ପୋଲିସ ଅଫିସିଆଲଙ୍କ ସହ ଆଲୋଚନା କରିବେ। ସୂଚନାଯୋଗ୍ୟ, ୨୦୦୯ରେ ଲାହୋରରେ ଶ୍ରୀଲଙ୍କା ଦଳ ବସ୍‌ ଉପରେ ଆକ୍ରମଣପରେ ୧୦ ବର୍ଷ ପରେ ଅର୍ଥାତ ୨୦୧୯ରେ ଶ୍ରୀଲଙ୍କା ପ୍ରଥମ ଥର ପାକିସ୍ତାନରେ ଖେଳିବାକୁ ଆସିଥିଲା। ଏହାପରେ ଶ୍ରୀଲଙ୍କା କ୍ରିକେଟ ଦଳ ଅନେକ ଥର ପାକିସ୍ତାନ ଟୁର୍‌ରେ ଆସିଛି। ଚଳିତ ବର୍ଷ ପ୍ରାରମ୍ଭରେ ପାକିସ୍ତାନ ଆଇସିସି ଚାମ୍ପିୟନ୍ସ ଟ୍ରଫି ମଧ୍ୟ ଅୟୋଜନ କରିଥିଲା। ଏଥର ଶ୍ରୀଲଙ୍କା ଦଳ ନଭେମ୍ବର ୧୧ରୁ ୧୫ ପ୍ରଥମେ ପାକିସ୍ତାନ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦ୍ୱିପାକ୍ଷିକ ସିରିଜ ଖେଳିବ। ପରେ ଦଳ ଅନ୍ୟ ଦଳ ଜିମ୍ବାଓ୍ବେକୁ ନେଇ ଏକ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜରେ ଭାଗ ନେବ। ଏହା ନଭେମ୍ବର ୧୯ରୁ ୨୯ ପର୍ଯ୍ୟନ୍ତ ଖେଳାଯିବ। ତ୍ରିରାଷ୍ଟ୍ରୀୟ ସିରିଜରେ ଆଫଗାନିସ୍ତାନ ବଦଳରେ ଜିମ୍ବାଓ୍ବେକୁ ସାମିଲ କରାଯାଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri