Posted inଖେଳ

ଅଷ୍ଟ୍ରେଲିଆରେ ଗିରଫ ହେବା ପରେ ଏହି କ୍ରିକେଟରଙ୍କୁ ନିଲମ୍ବନ କଲା ଶ୍ରୀଲଙ୍କା କ୍ରିକେଟ ବୋର୍ଡ

କଲମ୍ବୋ,୭।୧୧: ଶ୍ରୀଲଙ୍କା କ୍ରିକେଟ ବୋର୍ଡ ସୋମବାର ଏହାର ଜାତୀୟ ଦଳର ଖେଳାଳି ଦନୁଷ୍କା ଗୁନାଥିଲାକାଙ୍କୁ ସମସ୍ତ ପ୍ରକାର କ୍ରିକେଟ ଫର୍ମାଟରୁ ନିଲମ୍ବିତ କରିଛି। ବିଶ୍ୱକପ୍‌ ସମୟରେ ଅଷ୍ଟ୍ରେଲିଆର ଜଣେ ମହିଳାଙ୍କୁ ବଳାତ୍କାର ଅଭଯୋଗରେ ସେ ଗିରଫ ହେବା ପରେ ବୋର୍ଡ ଏହି ନିଷ୍ପତ୍ତି ନେଇଛି। ରବିବାର ସକାଳେ ଗୁନାଥିଲାକାଙ୍କୁ ଗିରଫ କରାଯାଇଥିଲା। ନଭେମ୍ବର ୨ରେ ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗର ଅନୁସନ୍ଧାନ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଶ୍ରୀଲଙ୍କା କ୍ରିକେଟ ଏକ ବିବୃତ୍ତିରେ କହିଛି ଯେ, ଶ୍ରୀଲଙ୍କା କ୍ରିକେଟ କାର୍ଯ୍ୟନିର୍ବାହୀ କମିଟି ଜାତୀୟ ଦଳର ଖେଳାଳି ଗୁନାଥିଲାକା ସମସ୍ତ ପ୍ରକାର କ୍ରିକେଟରୁ ନିଲମ୍ବନ କରିବାକୁ ନିଷ୍ପତ୍ତି ନେଇଛି। ଚୟନ ଲାଗି ତାଙ୍କ ନାମ ବିଚାର କରାଯିବ ନାହିଁ। ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଗୁନାଥିଲାକା ଗିରଫ ହେବା ପରେ ବୋର୍ଡ ଏହି ନିଷ୍ପତ୍ତି ନେଇଛି। ଏଥିସହ ଶ୍ରୀଲଙ୍କା କ୍ରିକେଟ ଅଭିଯୁକ୍ତ ଅପରାଧର ତଦନ୍ତ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ ଏବଂ ଯଦି ଅଷ୍ଟ୍ରେଲିଆରେ କୋର୍ଟରେ ଦୋଷୀ ସାବ୍ୟସ୍ତ ହୁଏ ତେବେ ଉକ୍ତ ଖେଳାଳିଙ୍କୁ ଦଣ୍ଡିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ ବୋଲି ବୋର୍ଡ କହିଛି। ଜଣେ ଖେଳାଳିଙ୍କ ଏପରି ଆଚରଣ ହେଲେ ଏହା ଏକ ଶୂନ୍ୟ-ସହନଶୀଳତା ନୀତି ଆପଣାଇଥାଏ ଏବଂ ଏହି ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ଅଷ୍ଟ୍ରେଲୀୟ କର୍ତ୍ତୃପକ୍ଷଙ୍କୁ ସାହାଯ୍ୟ କରିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରିବ ବୋଲି ଏସ୍‌ଏଲ୍‌ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri