ଶ୍ରୀଲଙ୍କା ସଙ୍କଟ ଘନେଇଲା: ସରକାରୀ କର୍ମଚାରୀଙ୍କ ଜାନୁୟାରୀ-ଫେବୃୟାରୀ ଦରମା ନେଇ ଅନିଶ୍ଚିତତା…

କଲମ୍ବୋ,୧୦।୧ : ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। ଉତିମଧ୍ୟରେ ସମସ୍ତ ମନ୍ତ୍ରଣାଳୟକୁ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ୱିକ୍ରମସିଙ୍ଘେ ଏକ ବିଶେଷ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁଯାୟୀ, ଚଳିତ ବର୍ଷର ବଜେଟରେ ସେମାନଙ୍କୁ ଦିଆଯାଇଥିବା ଆନୁମାନିକ ଖର୍ଚ୍ଚକୁ ପାଞ୍ଚ ପ୍ରତିଶତ ହ୍ରାସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ଆହୁରି ଗୁରୁତର ହୋଇଛି। ନଗଦ ଅର୍ଥରାଶି ଦେଶର ଆର୍ଥିକ ସଙ୍କଟ ପୂର୍ବ ଆକଳନଠାରୁ ବହୁ ଅଧିକ ରହିଛି।

ଏହାପୂର୍ବରୁ ବୈଦେଶିକ ମୁଦ୍ରା ସଙ୍କଟ ଯୋଗୁ ଶ୍ରୀଲଙ୍କା ଗତ ବର୍ଷ ଏପ୍ରିଲରେ ଅନ୍ତର୍ଜାତୀୟ ଋଣ କ୍ଷେତ୍ରରେ ଡିଫଲ୍ଟର ଘୋଷଣା କରିଥିଲା। ଏହି ସମୟରେ କ୍ୟାବିନେଟ ମୁଖପାତ୍ର ତଥା ପରିବହନ ମନ୍ତ୍ରୀ ବାନ୍ଦୁଲା ଗୁନାୱାର୍ଡେନ କହିଛନ୍ତି ଯେ ରାଷ୍ଟ୍ରପତି ୱିକ୍ରମସିଙ୍ଘେ କ୍ୟାବିନେଟକୁ ସୂଚନା ଦେଇଛନ୍ତି ଯେ ସରକାରୀ ପାଣ୍ଠି ଯଥେଷ୍ଟ ହ୍ରାସ ପାଇଛି।

ଗୁନାୱାର୍ଡେନ କହିଛନ୍ତି ଯେ ୨୦୨୩ ର ପ୍ରଥମ କିଛି ମାସରେ ଟିକସ ମାଧ୍ୟମରେ ଅନେକ କିଛି ରୋଜଗାର ହୋଇପାରିଥାନ୍ତା, କିନ୍ତୁ ଗତ ବର୍ଷ ଠାରୁ ଜାରି ରହିଥିବା ଅଥନୈତିକ ସଙ୍କଟ ଯୋଗୁଁ ଏଥିରେ ବହୁତ ହ୍ରାସ ଘଟିଛି। ଆମେ ଆଶା କରିଥିବା ଅପେକ୍ଷା ଆର୍ଥିକ ସଙ୍କଟ ଅଧିକ ଗମ୍ଭୀର ହେବାରେ ଲାଗିଛି। ୨୦୨୩ ବଜେଟରେ ବିଭିନ୍ନ ମନ୍ତ୍ରଣାଳୟ ଦେଇଥିବା ପ୍ରସ୍ତାବକୁ ପାଞ୍ଚ ପ୍ରତିଶତ ହ୍ରାସ କରିବାକୁ ରାଷ୍ଟ୍ରପତି ସୋମବାର କ୍ୟାବିନେଟକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଜାନୁଆରୀ ଏବଂ ଫେବୃଆରୀରେ ସରକାରୀ କର୍ମଚାରୀଙ୍କ ଦରମା ପ୍ରଦାନ ନେଇ ଅନିଶ୍ଚିତତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?