Posted inଜାତୀୟ

ଶ୍ରୀଲଙ୍କା ସଙ୍କଟକୁ ନେଇ ଭାରତର ପ୍ରଥମ ପ୍ରତିକ୍ରିୟା, ଆମେ ବନ୍ଧୁତ୍ୱର ହାତ ବଢାଇଥିଲୁ, ଏବେବି ସାଙ୍ଗରେ ଅଛୁ

ନୂଆଦିଲ୍ଲୀ,୧୦ ।୭: ଆର୍ଥିକ ସଙ୍କଟ ଦେଇ ଗତିକରୁଥିବା ଶ୍ରୀଲଙ୍କାର ପରିସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ମହଙ୍ଗା ମାଡ ଚରମ ସ୍ଥିତିରେ ପହଞ୍ଚିଥିବା ବେଳେ ସାଧାରଣ ଆବଶ୍ୟକ ଜିନିଷର ଦାମ ଅକାଶଛୁଆଁ ହୋଇଯାଇଛି । ଏହାକୁ ନେଇ ଲୋକେ ସରକାରଙ୍କ ବିରୋଧରେ ପ୍ରଦର୍ଶନ କରିଛନ୍ତି । ଶନିବାର ପରସ୍ଥିତି ଏମିତି ହୋଇଥିଲା ଯେ ଲୋକେ ରାଷ୍ଟ୍ରପତି ଭବନକୁ ନିଜ କବଜାକୁ ନେଇ ଆସିଛନ୍ତି । ଏହାପରେ ରାଷ୍ଟ୍ରପତିଙ୍କ ପଳାୟନ ଏମାନଙ୍କୁ ଆହୁରି ସୁଯୋଗ ଦେଇଛି । ଏବେ ରାଷ୍ଟ୍ରପତି ଭବନରେ ସାଧାରଣ ଲୋକେ ରହିବା ରୋଷେଇ ଘରେ ରୋଷେଇ କରିବା, ସୁଇମିଂ ପୁଲରେ ଗାଧୋଇବା ଆଦି ଦେଖିବାକୁ ମିଳିଛି । ଏହାସହ ଲୋକେ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭାନରେ ବି ନିଆଁ ଲଗାଇ ଦେଇଛନ୍ତି ।
ଶ୍ରୀଲଙ୍କାର ଏହି ଆର୍ଥିକ ପରିସ୍ଥିତିକୁ ଦେଖି ଭାରତ ତା’ର ପ୍ରତିକ୍ରିୟା ଦେଇଛି । ବୈଦେଶିକମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ଆମେ ଶ୍ରୀଲଙ୍କାକୁ ବନ୍ଧୁତ୍ୱର ହାତ ବଢାଇଛୁ । ପୂର୍ବରୁ ଆମେ ଶ୍ରୀଲଙ୍କା ସହ ଥିଲୁ ଆଜିବି ଅଛୁ । ଆଗକୁ ମଧ୍ୟ ଭାରତ ଶ୍ରୀଲଙ୍କା ସହ ରହିବ ଓ ଯଥା ସମ୍ଭବ ସହାୟତା ଯୋଗାଇ ଦେବ ।
ଶ୍ରୀଲଙ୍କାର ଏଭଳି ଆର୍ଥିକ ସଙ୍କଟକୁ ଦେଖି ଅନ୍ୟ କେହି ଦେଶ ହୁଏତ ସହଯୋଗର ହାତ ବଢାଇ ନାହାନ୍ତି ବୋଲିି କୁହାଯାଏ । ଭାରତ ତା’ର ବଡ ହୃଦୟର ପରିଚୟ ଦେବା ସହ ଯଥାସମ୍ଭବ ଶ୍ରୀଲଙ୍କୁ ସହଯୋଗ କରିବାକୁ ଚେଷ୍ଟା କରିବ ବୋଲି କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?