ଶ୍ରୀଲଙ୍କା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ ୱିକ୍ରମସିଂଘେ

କଲମ୍ବୋ,୨୧।୭: ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଭାବରେ ରାନିଲ ୱିକ୍ରମସିଂଘେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ମୁଖ୍ୟ ବିଚାରପତି ଶପଥ ପାଠ କରାଇଥିଲେ। ଦେଶରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମଧ୍ୟ ରାଜଧାନୀ କଲମ୍ବୋରେ ପୁଣି ପ୍ରଦର୍ଶନ କରାଯାଇଛି। ବିକ୍ଷୋଭକାରୀମାନେ ରାନିଲ ୱିକ୍ରମସିଂହଙ୍କୁ ବିରୋଧ କରୁଛନ୍ତି।
୨୨୫ ସଦସ୍ୟତା ବିଶିଷ୍ଟ ସଂସଦର ୧୩୪ ଏମ୍‌ପି ରାନିଲଙ୍କ ସପକ୍ଷରେ ଭୋଟ ଦେଇଥିବାବେଳେ ଶାସକ ଶ୍ରୀଲଙ୍କା ପୋଦୁଜନ ପେରାମୁନା (ଏସ୍‌ଏଲ୍‌ପିପି)ର ବିଦ୍ରୋହୀ ପ୍ରାର୍ଥୀ ଦୁଲ୍ଲାସ ଆଲାହପ୍ପେରୁମାଙ୍କୁ ୮୨ ଭୋଟ ମିଳିଥିଲା। ବାମପନ୍ଥୀ ଜନତା ବିମୁକ୍ତି ପେରାମୁନା (ଜେଭିପି) ନେତା ଅନୁରା କୁମାରା ଦିସାନାୟକେଙ୍କୁ ମାତ୍ର ୩ ଖଣ୍ଡ ଭୋଟରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ୭୩ ବର୍ଷୀୟ ରାନିଲ ଓ୍ବିକ୍ରମସିଂଘେ ଗଣତାନ୍ତ୍ରିକ ପରମ୍ପରାକୁ ବଜାୟ ରଖିଥିବାରୁ ପାର୍ଲାମେଣ୍ଟକୁ ଧନ୍ୟବାଦ ଦେଇଥିଲେ।
ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ପାଇଁ ଦେଶବାସୀ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ଦାୟୀ କରି ଆନ୍ଦୋଳନ କରିବା ପରେ ସେ ସିଙ୍ଗାପୁର ପଳାୟନ କରି ସେଠାରୁ ନିଜ ଇସ୍ତଫାପତ୍ର ପଠାଇଥିଲେ। ତାଙ୍କ ଉତ୍ତରାଧିକାରୀ ଭାବେ ଓ୍ବିକ୍ରମସିଂଘେଙ୍କ କାର୍ଯ୍ୟକାଳ ନଭେମ୍ବର ୨୦୨୪ ପର୍ଯ୍ୟନ୍ତ ରହିବ। ଶ୍ରୀଲଙ୍କାରେ ଦେଖାଦେଇଥିବା ଆର୍ଥିକ ସଙ୍କଟ ଦୂର ପାଇଁ ରାନିଲଙ୍କୁ ବିଭିନ୍ନ ପଦକ୍ଷେପ ନେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri