ଶ୍ରୀଲଙ୍କାରେ କର୍ଫ୍ୟୁ ଉଲ୍ଲଂଘନ: ୬୬୪ ଗିରଫ

କଲମ୍ବୋ,୪।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଉତ୍କଟ ହୋଇଥିବାବେଳେ ସରକାର ବିରୋଧୀ ଆନ୍ଦୋଳନ ଏଡ଼ାଇବା ପାଇଁ ସେଠାରେ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି କରାଯାଇଥିଲା। ରବିବାର ବିଭିନ୍ନ ସ୍ଥାନରେ କର୍ଫ୍ୟୁ ଉଲ୍ଲଂଘନ କରି ଆନ୍ଦୋଳନରେ ସାମିଲ ହେବାକୁ ଉଦ୍ୟମ କରିଥିବା ୬୬୪ ଜଣଙ୍କୁ ଗିରଫ କରାଯାଇଛି। ସାଜିଥ ପ୍ରେମଦାସାଙ୍କ ନେତୃତ୍ୱରେ ବିରୋଧୀ ଏମ୍‌ପିମାନେ କର୍ଫ୍ୟୁ ଉଲ୍ଲଂଘନ କରି କଲମ୍ବୋର ଇଣ୍ଡିପେଣ୍ଡେନ୍ସ ସ୍କୋୟାର ଅଭିମୁଖେ ଏକ ଶୋଭାଯାତ୍ରାରେ ଯାଇଥିଲେ। ସରକାର ଜନସୁରକ୍ଷା ଅଧ୍ୟାଦେଶ ବଳରେ ଜନସାଧାରଣଙ୍କ ପ୍ରତିବାଦ ଅଧିକାରକୁ ଛଡ଼ାଇ ନେଇଛନ୍ତି। ଆମେ ଏହାର ପ୍ରତିବାଦ କରୁଛୁ ବୋଲି ପ୍ରେମଦାସା କହିଛନ୍ତି। ଦେଶର ଆର୍ଥିକ ସଙ୍କଟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଅଭାବ ଯୋଗୁ ଲୋକେ ସମ୍ମୁଖୀନ ହେଉଥିତ୍ବା ଦୁର୍ଦ୍ଦଶା ପ୍ରତିବାଦରେ ସୋସିଆଲ ମିଡିଆ କର୍ମୀଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ସେହିପରି କାଣ୍ଡିରେ ଶତାଧିକ ଛାତ୍ର କର୍ଫ୍ୟୁକୁ ଅବମାନନା କରି ଆର୍ଥିକ ସଙ୍କଟ ପ୍ରତିବାଦରେ ପେରାଡେନିୟା ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରିବା ସହ ପାଣିମାଡ଼ କରିଥିଲା। ଦେଶର ଆର୍ଥିକ ସ୍ଥିତି ପାଇଁ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଫେସ୍‌ବୁକ୍‌, ଟୁଇଟର୍‌, ଇନ୍‌ଷ୍ଟାଗ୍ରାମ ଆଦି ସୋସିଆଲ ମିଡିଆରେ ପ୍ରତିବାଦ କରାଯାଉଥିବାରୁ ସରକାର ଶନିବାର ସେଗୁଡ଼ିକ ଉପରେ ନିଷେଧାଦେଶ ଜାରି କରିଥିଲେ। ୧୫ ଘଣ୍ଟା ପରେ ରବିବାର ଏହି କଟକଣାକୁ ହଟାଇ ଦିଆଯାଇଛି ଓ ସୋସିଆଲ ମିଡିଆ ପୁନଃ କାର୍ଯ୍ୟକ୍ଷମ ହୋଇଛି। ରାଜଧାନୀ କଲମ୍ବୋରେ ସରକାର ବିରୋଧୀ ସମାବେଶକୁ ରୋକିବା ଲାଗି ଏଭଳି କଟକଣା ଲାଗୁ ହୋଇଥିବା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri