ଶ୍ରୀଲଙ୍କାରେ କର୍ଫ୍ୟୁ ଉଲ୍ଲଂଘନ: ୬୬୪ ଗିରଫ

କଲମ୍ବୋ,୪।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଉତ୍କଟ ହୋଇଥିବାବେଳେ ସରକାର ବିରୋଧୀ ଆନ୍ଦୋଳନ ଏଡ଼ାଇବା ପାଇଁ ସେଠାରେ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି କରାଯାଇଥିଲା। ରବିବାର ବିଭିନ୍ନ ସ୍ଥାନରେ କର୍ଫ୍ୟୁ ଉଲ୍ଲଂଘନ କରି ଆନ୍ଦୋଳନରେ ସାମିଲ ହେବାକୁ ଉଦ୍ୟମ କରିଥିବା ୬୬୪ ଜଣଙ୍କୁ ଗିରଫ କରାଯାଇଛି। ସାଜିଥ ପ୍ରେମଦାସାଙ୍କ ନେତୃତ୍ୱରେ ବିରୋଧୀ ଏମ୍‌ପିମାନେ କର୍ଫ୍ୟୁ ଉଲ୍ଲଂଘନ କରି କଲମ୍ବୋର ଇଣ୍ଡିପେଣ୍ଡେନ୍ସ ସ୍କୋୟାର ଅଭିମୁଖେ ଏକ ଶୋଭାଯାତ୍ରାରେ ଯାଇଥିଲେ। ସରକାର ଜନସୁରକ୍ଷା ଅଧ୍ୟାଦେଶ ବଳରେ ଜନସାଧାରଣଙ୍କ ପ୍ରତିବାଦ ଅଧିକାରକୁ ଛଡ଼ାଇ ନେଇଛନ୍ତି। ଆମେ ଏହାର ପ୍ରତିବାଦ କରୁଛୁ ବୋଲି ପ୍ରେମଦାସା କହିଛନ୍ତି। ଦେଶର ଆର୍ଥିକ ସଙ୍କଟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଅଭାବ ଯୋଗୁ ଲୋକେ ସମ୍ମୁଖୀନ ହେଉଥିତ୍ବା ଦୁର୍ଦ୍ଦଶା ପ୍ରତିବାଦରେ ସୋସିଆଲ ମିଡିଆ କର୍ମୀଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ସେହିପରି କାଣ୍ଡିରେ ଶତାଧିକ ଛାତ୍ର କର୍ଫ୍ୟୁକୁ ଅବମାନନା କରି ଆର୍ଥିକ ସଙ୍କଟ ପ୍ରତିବାଦରେ ପେରାଡେନିୟା ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରିବା ସହ ପାଣିମାଡ଼ କରିଥିଲା। ଦେଶର ଆର୍ଥିକ ସ୍ଥିତି ପାଇଁ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଫେସ୍‌ବୁକ୍‌, ଟୁଇଟର୍‌, ଇନ୍‌ଷ୍ଟାଗ୍ରାମ ଆଦି ସୋସିଆଲ ମିଡିଆରେ ପ୍ରତିବାଦ କରାଯାଉଥିବାରୁ ସରକାର ଶନିବାର ସେଗୁଡ଼ିକ ଉପରେ ନିଷେଧାଦେଶ ଜାରି କରିଥିଲେ। ୧୫ ଘଣ୍ଟା ପରେ ରବିବାର ଏହି କଟକଣାକୁ ହଟାଇ ଦିଆଯାଇଛି ଓ ସୋସିଆଲ ମିଡିଆ ପୁନଃ କାର୍ଯ୍ୟକ୍ଷମ ହୋଇଛି। ରାଜଧାନୀ କଲମ୍ବୋରେ ସରକାର ବିରୋଧୀ ସମାବେଶକୁ ରୋକିବା ଲାଗି ଏଭଳି କଟକଣା ଲାଗୁ ହୋଇଥିବା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri