ଶ୍ରୀଲଙ୍କାରେ ଜରୁରୀ ପରିସ୍ଥିତି ଜାରି

କଲମ୍ବୋ,୨ା୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଦ୍ୱୀପରାଷ୍ଟ୍ର ଶ୍ରୀଲଙ୍କାରେ ଜନ ଅସନ୍ତୋଷ ତୀବ୍ର ହେବାରେ ଲାଗିଥିବାବେଳେ ଶୁକ୍ରବାର ରାଷ୍ଟ୍ରପତି ଗୋଟାବାୟା ରାଜ୍‌ପାକ୍‌ସେ ସେଠାରେ ଜରୁରୀ ପରିସ୍ଥିତି ଜାରି କରିଛନ୍ତି। ଇତି ମଧ୍ୟରେ ଓ୍ବେଷ୍ଟର୍ନ ପ୍ରୋଭିନ୍ସରେ ସାମୟିକଭାବେ କର୍ଫ୍ୟୁ ଜାରି କରାଯାଇଛି। ତୁରନ୍ତ କ୍ୟାବିନେଟ ଭଙ୍ଗ କରି ଅନ୍ତରିଣ ସରକାର ଗଠନ କରିବା ନିମନ୍ତେ ସରକାରଙ୍କ ଦ୍ୱାରା ସ୍ବୀକୃତି ପ୍ରାପ୍ତ ୧୧ ଗୋଟି ଦଳ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଥିଲେ। ଦେଶରେ ଆର୍ଥିକ ସଙ୍କଟ ଉତ୍କଟ ହୋଇଥିବାରୁ ବର୍ତ୍ତମାନର କ୍ୟାବିନେଟ ରହିପାରିବ ନାହିଁ ବୋଲି ସେମାନେ ପରାମର୍ଶ ଦେଇଥିଲେ। ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କାରେ ଇନ୍ଧନ, ଖାଦ୍ୟ ଓ ଔଷଧର ଘୋର ଅଭାବ ଦେଖାଦେଇଛି। ଇନ୍ଧନ ଅଭାବରୁ ସେଠାରେ ଦୈନିକ ୧୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିଦ୍ୟୁତ କାଟ ହେଉଛି। ଏଥିରେ ଅତିଷ୍ଠ ଦେଶବାସୀ ଆନ୍ଦୋଳନକୁ ଓହ୍ଲାଇବା ସହ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରିଛନ୍ତି।
ଗୁରୁବାର ବିଳମ୍ବିତ ରାତିରେ ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଗୋଟାବାୟାଙ୍କ କଲମ୍ବୋସ୍ଥିତ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭବେଳେ ଉତ୍ତ୍ୟକ୍ତ ଲୋକେ ବସ୍‌ ଜାଳି ଦେଇଥିଲେ। ବିକ୍ଷୋଭକାରୀ ଓ ପୋଲିସ ମୁହାଁମୁହିଁ ଭିତରେ ୫ ପୋଲିସ ଅଧିକାରୀ ଆହତ ହୋଇଥିବାବେଳେ ପୋଲିସ ୫୩ ଜଣଙ୍କୁ ଗିରଫ କରିଛି। । ବିକ୍ଷୋଭ କାରଣରୁ ରାଜଧାନୀ କଲମ୍ବୋର ୪ ପ୍ରମୁଖ ଅଞ୍ଚଳ ମାଉଣ୍ଟ ଲାଭିନିଆ, କେଲାନିୟା, ସାଉଥ୍‌ କଲମ୍ବୋ ସେଣ୍ଟର ଏବଂ ଉତ୍ତର କଲମ୍ବୋରେ ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଜାରି କରାଯାଇଥିଲା। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଶୁକ୍ରବାର କର୍ଫ୍ୟୁ ହଟିଥିଲା।
ଦେଶରେ ଖାଦ୍ୟ ସାଙ୍ଗକୁ ଆବଶ୍ୟକ ସମାଗ୍ରୀର ଦର ବୃଦ୍ଧି ଏବଂ ଅଭାବ ଦେଖାଯାଇଛି। ଲୋକେ ଖାଦ୍ୟ ଅଭାବ କାରଣରୁ ଦେଶ ଛାଡୁଥିବା ଦେଖିବାକୁ ମିଳିଛି। ସଙ୍କଟରୁ ବାହାରିବା ପାଇଁ ଶ୍ରୀଲଙ୍କା ଅନ୍ୟ ରାଷ୍ଟ୍ରଗୁଡ଼ିକୁ ସାହାଯ୍ୟ ମାଗୁଥିବାବେଳେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ସହ ଆଲୋଚନା ଜାରି ରଖିଛି। ଶ୍ରୀଲଙ୍କାରେ ଥିବା ତାମିଲମାନଙ୍କୁ ସହାୟତା ଦେବାପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି।

ବିକ୍ଷୋଭ ବେଳେ ହଟିଥିବା ହିଂସା ପଛରେ ଅଜ୍ଞାତ କଠୋରପନ୍ଥୀଙ୍କ ହାତ ଅଛି। ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି, ଯାହାଙ୍କ ମଧ୍ୟରୁ ଅନେକେ ସଙ୍ଗଠିତ କଠୋରପନ୍ଥୀ ରୂପେ ଚିହ୍ନଟ ହୋଇଛନ୍ତି। ସେମାନେ ଶ୍ରୀଲଙ୍କାେରେ ଆରବ ବିପ୍ଳବ ଭଳି ଆନ୍ଦୋଳନର ନେତୃତ୍ୱ ନେବାକୁ ଅଣ୍ଟା ଭିଡ଼ିଥିଲେ। ଲୋକଙ୍କୁ ଉତ୍ତେଜିତ କରି ଦେଶରେ ଅସ୍ଥିରତା ସୃଷ୍ଟି ପାଇଁ ଦଙ୍ଗାକୁ ସୋସିଆଲ ମିଡିଆରେ ଗତି ଦିଆଯାଇଥିବା ଅଟକ ଅଭିଯୁକ୍ତମାନେ ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଏ ନେଇ ରାଷ୍ଟ୍ରପତି ଗୋଟାବାୟା ରାଜ୍‌ପାକ୍‌ସେଙ୍କ ଅଫିସ୍‌ ପକ୍ଷରୁ ଏକ ବିବୃତିିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri