ଚା’ କପ୍‌କୁ ୧୦୦, ଲଙ୍କା କିଲୋ ୭୦୦

କଲମ୍ବୋ,୩୧।୩: ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଏବେ ଆର୍ଥିକ ଓ ଖାଦ୍ୟ ଅଭାବ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ ଏତେ ମହଙ୍ଗା ହୋଇଛି ଯେ, ଲୋକେ ଭୋକ ଉପସାରେ ରହିବାକୁ ବାଧ୍ୟ ହେଉଛନ୍ତି। ପେଟ୍ରୋଲ ଅପେକ୍ଷା କ୍ଷୀର ସବୁଠାରୁ ମହଙ୍ଗା ହୋଇଛି। ଏକ ଲିଟର ପେଟ୍ରୋଲର ମୂଲ୍ୟ ୨୫୪ ଟଙ୍କା ଥିବା ବେଳେ ଏକ ଲିଟର କ୍ଷୀର ୨୬୩ ଟଙ୍କାରେ ବିକ୍ରି ହେଉଛି। ଅନ୍ୟପଟେ ପେଟ୍ରୋଲ ପମ୍ପରେ ଇନ୍ଧନ ପାଇଁ ଲୋକଙ୍କୁ ୨କିଲୋମିଟର ପର୍ଯ୍ୟନ୍ତ ଲାଇନ ଲଗାଇବାକୁ ପଡ଼ୁଥିବା ବେଳେ ଡିଜେଲ ମଧ୍ୟ ପର୍ଯ୍ୟାପ୍ତ ପରିମାଣରେ ମିଳୁନାହିଁ। ସେହିପରି ହସ୍ପିଟାଲଗୁଡ଼ିକରେ ଔଷଧ ଶେଷ ହୋଇଯିବାରୁ ଡାକ୍ତରମାନେ ରୋଗୀଙ୍କ ଅପରେଶନ ମଧ୍ୟ ବନ୍ଦ କରିଦେଇଛନ୍ତି। ସ୍ଥିତି ଏଭଳି ହୋଇଛି ଯେ, ଦେଶରେ ଗୋଟିଏ କପ୍‌ର ଚା’ର ମୂଲ୍ୟ ୧୦୦ ଟଙ୍କାରେ ପହଞ୍ଚିଛି। ସେହିପରି କଞ୍ଚାଲଙ୍କା କିଲୋ ପ୍ରତି ୭୦୦ ଟଙ୍କାରେ ବିକ୍ରି ହେଉଛି। ଏତଦ୍‌ ବ୍ୟତୀତ ଆଳୁ କିଲୋ ୨୦୦ ଟଙ୍କାରେ ବିକ୍ରି ହୋଇଥିବା ବେଳେ ଚାଉଳ ଏବଂ ଚିନି କିଲୋ ପ୍ରତି ୨୯୦ ଟଙ୍କା ପହଞ୍ଚିଛି। କେବଳ ସେତିକି ନୁହେଁ ବର୍ତ୍ତମାନ ଅନେକ ସହରରେ ୧୨ରୁ ୧୫ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ କାଟ୍‌ ହେଉଛି। ଏଭଳି ପରିସ୍ଥିତିରେ ଭାରତ ଶ୍ରୀଲଙ୍କାକୁ ଏକ ବିଲିୟନ ଡଲାର ସହାୟତା ପ୍ରଦାନ କରିଛି। ସୂଚନାଯୋଗ୍ୟ, ଶ୍ରୀଲଙ୍କା ଉପରେ ଅନେକ ଦେଶର ଋଣ ରହିଛି। ଏଠାରେ ଜାନୁଆରୀରୁ ବୈଦେଶିକ ମୁଦ୍ରା ଭଣ୍ଡାର ୭୦ ପ୍ରତିଶତରୁ ଅଧିକ ହ୍ରାସ ପାଇ ୨.୩୬ ବିଲିୟନ ଡଲାରରେ ପହଞ୍ଚିଛି। ଯାହା କ୍ରମାଗତ ଭାବରେ ହ୍ରାସ ପାଉଛି। ଫଳରେ ବୈଦେଶିକ ମୁଦ୍ରା ଅଭାବରୁ ଦେଶର ଅଧିକାଂଶ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ, ପେଟ୍ରୋଲ ଏବଂ ଡିଜେଲ ବିଦେଶରୁ ଆମଦାନୀ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri