୯ ଭାରତୀୟ ଧୀବରଙ୍କୁ ଗିରଫ କଲେ ଶ୍ରୀଲଙ୍କା ନୌସେନା…

କଲମ୍ବୋ,୨୫।୭ : ଶ୍ରୀଲଙ୍କା ନୌସେନା ନଅ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରିଛି ଏବଂ ଏହାର ଦୁଇଟି ଟ୍ରଲରକୁ ଏହାର ସାମୁଦ୍ରିକ ଜଳ ସୀମା ଭିତରେ ବେଆଇନ ମାଛ ଧରିବା ଅଭିଯୋଗରେ ଜବତ କରିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଏକ ସରକାରୀ ବିବୃତ୍ତି ଜାରି କରାଯାଇଛି ଯେଉଁଥିରେ କୁହାଯାଇଛି ଜାଫନାର ଡେଲଫ୍ଟ ଦ୍ୱୀପ ନିକଟରେ ଭାରତୀୟ ଧୀବରଙ୍କୁ ଗିରଫ କରାଯାଇଛି। ଶ୍ରୀଲଙ୍କା ନୈସେନା କହିଛି ସୋମବାର ତାମିଲନାଡୁର ସମସ୍ତ ଧୀବର ଧରାପଡିଛନ୍ତି।

ଶ୍ରୀଲଙ୍କା ନୌସେନା ଏକ ବିବୃତ୍ତିରେ କହିଛି ଶ୍ରୀଲଙ୍କା ନୌସେନା ଏବଂ ତଟରକ୍ଷୀ ବାହିନୀ ଜୁଲାଇ ୨୪ ତାରିଖ ରାତିରେ ଶ୍ରୀଲଙ୍କା ସାମୁଦ୍ରିକ ସୀମା ଭିତରେ ମାଛ ଧରୁଥିବା ଭାରତୀୟ ଧୀବରଙ୍କୁ ଧରିବା ପାଇଁ ଏକ ସ୍ବତନ୍ତ୍ର ଅପରେଶନ କରିଥିଲେ।

ଭାରତୀୟ ଧୀବରଙ୍କୁ ଜବତ ହୋଇଥିବା ଟ୍ରଲରରେ କାନକେସନ୍ଥୁରାଇ ବନ୍ଦରକୁ ନିଆଯାଇଛି ଏବଂ ସେମାନଙ୍କୁ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ମାଲାଡି ମତ୍ସ୍ୟ ନିରୀକ୍ଷକଙ୍କୁ ହସ୍ତାନ୍ତର କରାଯିବ ବୋଲି ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୧ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri