୧୦ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା ନୌସେନା…

କଲମ୍ବୋ,୮।୮ : ଶ୍ରୀଲଙ୍କା ନୌସେନା ୧୦ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରିଛି। ସେମାନଙ୍କର ଟ୍ରଲର ମଧ୍ୟ ଜବତ କରିଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି। ଗୋଟିଏ ମାସ ମଧ୍ୟରେ ଏହା ହେଉଛି ତୃତୀୟ ଘଟଣା। ଶ୍ରୀଲଙ୍କା ନୌସେନା ଏକ ପ୍ରେସ ବିବୃତ୍ତିରେ କହିଛି ଧୀବରମାନଙ୍କୁ ଅଗଷ୍ଟ ୭ ରେ ମୁଲାଇଟିଭୁର ଆଲାମପିଲରୁ ଗିରଫ କରାଯାଇଥିଲା। ଧୀବରମାନେ ତାମିଲନାଡୁର ବାସିନ୍ଦା।

ଧୀବରଙ୍କୁ ସ୍ଥାନାନ୍ତର କରିବା ପାଇଁ ଏହା ଏକ ସ୍ବତନ୍ତ୍ର ଅପରେଶନ ଶ୍ରୀଲଙ୍କା ନୌସେନା ପକ୍ଷରୁ ଆରମ୍ଭ ହୋଇଥିଲା। ଧୀବରଙ୍କ ସହିତ ଟ୍ରଲରକୁ ତ୍ରିନକୋମାଲି ବନ୍ଦରକୁ ଅଣାଯାଇଥିଲା ଏବଂ ଅଧିକ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀଲଙ୍କା ତଟରକ୍ଷୀ ବାହିନୀ ମାଧ୍ୟମରେ ଉପ ମତ୍ସ୍ୟ ନିର୍ଦ୍ଦେଶକ ତ୍ରିନକୋମାଲିଙ୍କୁ ହସ୍ତାନ୍ତର କରାଯିବ ବୋଲି ପ୍ରକାଶ।

ବିଦେଶୀ ଧୀବରମାନଙ୍କ ଟ୍ରଲର ଦ୍ୱାରା ବେଆଇନ ମାଛଧରାକୁ ରୋକିବା ପାଇଁ ଶ୍ରୀଲଙ୍କା ନୌସେନା ପକ୍ଷରୁ ନିୟମିତ ପାଟ୍ରୋଲିଂ ଏବଂ ଅପରେଶନ ଜାରି ରହିଛି। ଚଳିତ ବର୍ଷ ଏପର୍ଯ୍ୟନ୍ତ ୧୪ ଟି ଭାରତୀୟ ଟ୍ରଲର ଜବତ ହୋଇଛି। ୨୦୨୩ ମସିହାରେ ଏପର୍ଯ୍ୟନ୍ତ ଶ୍ରୀଲଙ୍କା ନୌସେନା ୯୩ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରିଛି।

ଏହାପୂର୍ବରୁ ଜୁଲାଇ ୨୪ ତାରିଖ ରାତିରେ ୯ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରାଯାଇଥିଲା। ସେମାନେ ଜାଫନାର ଡେଲଫ୍ଟ ଦ୍ୱୀପ ନିକଟରେ ଦୁଇଟି ଟ୍ରଲରରେ ମାଛ ଧରୁଥିଲେ।

ଜୁଲାଇ ୮ ରେ ସମାନ ଘଟଣାରେ ନୌସେନା ଦୁଇଟି ଟ୍ରଲର ସହ ୧୫ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରିଥିଲା। ପରେ ସେମାନଙ୍କୁ ମୁକ୍ତ କରାଯାଇଥିଲା ଏବଂ ଜୁଲାଇ ୨୭ରେ ସେମାନେ କଲମ୍ବୋରୁ ଚେନ୍ନାଇରେ ପହଞ୍ଚିଥିଲେ।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଶ୍ରୀଲଙ୍କା କର୍ତ୍ତୃପକ୍ଷଙ୍କ ହେପାଜତରେ ଥିବା ୧୯ ତାମିଲନାଡୁ ଧୀବରଙ୍କୁ ତୁରନ୍ତ ମୁକ୍ତ ଏବଂ ଦେଶକୁ ଫେରାଇ ଆଣିବା ପାଇଁ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?