Posted inଖେଳ

ସୁପର-୧୨ରେ ପହଞ୍ଚିଲା ଶ୍ରୀଲଙ୍କା, ନେଦରଲାଣ୍ଡ୍ସ

ଜିଲଙ୍ଗ,୨୦ା୧୦: ଆଇସିସି ଟି୨୦ ବିଶ୍ୱକପ ମୁଖ୍ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଶ୍ରୀଲଙ୍କା ଓ ନେଦରଲାଣ୍ଡ୍ସ। ଗ୍ରୁପ୍‌ ଏ’ରେ ସ୍ଥାନ ପାଇଥିବା ଦୁଇ ଦଳ ୩ ମ୍ୟାଚରୁ ଦୁଇଟି ଲେଖାଏ ବିଜୟ ସହିତ ସୁପର-୧୨ରେ ପ୍ରବେଶ କରିଛନ୍ତି। ଗୁରୁବାର ଶ୍ରୀଲଙ୍କା ଅନ୍ତିମ ମ୍ୟାଚରେ ନେଦରଲାଣ୍ଡ୍ସକୁ ୧୬ ରନ୍‌ରେ ପରାସ୍ତ କରିଥିଲା। ଅନ୍ୟପକ୍ଷେ ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରିଥିବା ନାମ୍ବିଆ ଏହାର ଅନ୍ତିମ ମ୍ୟାଚରେ ୟୁଏଇ ନିକଟରୁ ପରାଜିତ ହେବାରୁ ନେଦରଲାଣ୍ଡ୍ସ ଯୋଗ୍ୟତା ହାସଲ କରିଛି।

ଗୁରୁବାରର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା ୧୬ ରନ୍‌ରେ ନେଦରଲାଣ୍ଡ୍ସକୁ ହରାଇଥିଲା। ଉଇକେଟ କିପର କୁଶାଲ ମେଣ୍ଡିସ୍‌ଙ୍କ ଲଢୁଆ ୭୯ ରନ ସହିତ ୧୬୨ ରନ୍‌ ସଂଗ୍ରହ କରିଥିଲା। ୪୪ ବଲର ଏହି ଇନିଂସରେ ୫ଟି ଲେଖାଏ ଛକା ଓ ଚୌକା ସାମିଲ ଥିଲା। ଅନ୍ୟମାନଙ୍କ ମଧ୍ୟରେ ଚରିଥ୍‌ ଅସଲଙ୍କା ୩୧ ରନ୍‌ କରିଥିଲେ। ତେବେ ଦୁଇ ସ୍ପିନର ଓ୍ବନିନ୍ଦୁ ହସରଙ୍ଗା ଓ ମହୀଷ ଥିକ୍‌ସାନା ୫ ଉଇକେଟ ଅକ୍ତିଆର କରିବାରୁ ନେଦରଲାଣ୍ଡସ ୧୪୬/୯ରେ ସୀମିତ ରହିଥିଲା। ଓପନର ମ୍ୟାକ୍ସ ଓଡଡ୍‌ ଅପରାଜିତ ୭୧ ରନ୍‌ କରିଥିଲେ ହେଁ ଏହା ବିଜୟ ପାଇଁ ଯଥେଷ୍ଟ ନ ଥିଲା। କୁଶାଲମେଣ୍ଡିସଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।

ଦ୍ୱିତୀୟ ମ୍ୟାଚଟି ୟୁଏଇ ଓ ନାମ୍ବିଆ ମଧ୍ୟରେ ଖେଳାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ୟୁଏଇ ୩ ଉଇକେଟରେ ୧୪୮ ରନ୍‌ କରିଥିବା ବେଳେ ନାମ୍ବିଆ ୮/୧୪୧ରେ ସୀମିତ ରହିଥିଲା। ୟୁଏଇ ପକ୍ଷରୁ ମହମ୍ମଦ ଓ୍ବାସିମ୍‌ ୫୦ ଓ ଚନ୍ଦନଗାପୋୟିଲ ରିଜଓ୍ବାନ ୪୩ ରନ୍‌ କରିଥିଲେ। ଜବାବରେ ଡେଭିଡ୍‌ ଓ୍ବିଜଙ୍କ ୫୫ ରନ୍‌ ସତ୍ତ୍ୱେ ନାମ୍ବିଆ ବିଜୟ ଲକ୍ଷ୍ୟରୁ ୭ ରନ୍‌ ଦୂରରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri