ଶ୍ରୀଲଙ୍କା ସରକାର କହିଲେ ମୃତକଙ୍କ ସଂଖ୍ୟା ୩୫୯ ନୁହେଁ ୨୫୩

କଲମ୍ବୋ,୨୬।୪: ଶ୍ରୀଲଙ୍କାରେ ଇଷ୍ଟର ସନ୍‌ ଡେ’ରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୩୫୯ଜଣଙ୍କ ମୃତ୍ୟୁ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ହେଲେ ଏହି ସଂଖ୍ୟା ଭୁଲ୍‌ ବୋଲି କହିଛନ୍ତି ଶ୍ରୀଲଙ୍କା ସରକାର। ବୁଧବାର ଶ୍ରୀଲଙ୍କାର ଉପ ପ୍ରତିରକ୍ଷା ମନ୍ତ୍ରୀ କହିଥିଲେ କି ମୃତ୍ୟୁ ସଂଖ୍ୟା ୩୫୯ ଛୁଇଁଛି। ହେଲେ ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏଥିରେ ସଂଶୋଧନ କରି କହିଥିଲା କି ୧୧ ଭାରତୀୟଙ୍କ ସମେତ ୨୫୩ ଜଣଙ୍କ ମୃତ୍ୟୁ ହୋଇଛି। ଅର୍ଥାତ୍‌ ପ୍ରତିରକ୍ଷା ବିଭାଗ ସହ ତୁଳନା କଲେ ପ୍ରାୟ ଶହେ ଲୋକ କମ୍‌ ଅଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି କି ବିସ୍ଫୋରଣ ସମୟରେ ଅନେକ ଲୋକଙ୍କର ବିଭିନ୍ନ ଅଙ୍ଗ ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ପଡିଥିଲା। ତେଣୁ ଜଣେ ବ୍ୟକ୍ତିଙ୍କର ଅଙ୍ଗକୁ ଅନ୍ୟ କେତେ ଜଣଙ୍କର ଅଙ୍ଗ ଭାବି ଗଣନା କରାଯାଇଛି। ଯାହା ଫଳରେ ମୃତକଙ୍କ ସଂଖ୍ୟା ବଢି ଯାଇଛି। ତେବେ ଶ୍ରୀଲଙ୍କା ବିସ୍ଫୋରଣରେ ପ୍ରକୃତରେ ମୃତ୍ୟୁ ସଂଖ୍ୟା କେତେ ହୋଇଛି ତାହା ଏବେ ଆଲୋଚନାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri