ଶ୍ରୀଲଙ୍କାରେ ପେଟ୍ରୋଲ ଶେଷ

କଲମ୍ବୋ,୧୭।୫: ଶ୍ରୀଲଙ୍କାରେ ପେଟ୍ରୋଲ ଷ୍ଟକ୍‌ ଆଉ ମାତ୍ର ଗୋଟିଏ ଦିନ ପାଇଁ ରହିଛି। ଏହି ଦ୍ୱୀପଦେଶର ଅର୍ଥନୀତି ଅନିଶ୍ଚିତ ସ୍ଥିତିରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ କହିଛନ୍ତି। ଦେବାଳିଆ ହୋଇପଡ଼ିଥିବା ଦେଶକୁ ଆଗାମୀ ଦିନରେ ଅଧିକ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ବର୍ତ୍ତମାନ ସେଠାରେ ଦୈନିକ ୧୩ ଘଣ୍ଟା ବିଦ୍ୟୁତ୍‌ କାଟ୍‌ ହେଉଥିବାବେଳେ ତାହା ୧୫ ଘଣ୍ଟାକୁ ବଢ଼ିବା ସମ୍ଭାବନା ରହିଛି। ସରକାର ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ମହିନ୍ଦା ରାଜପାକ୍‌ସେଙ୍କ ଇସ୍ତଫା ପରେ ଗତ ଗୁରୁବାର ପ୍ରଧାନମନ୍ତ୍ରୀ ନିଯୁକ୍ତ ହୋଇଥିବା ରାନିଲ ଏବେ କଠୋର ପରୀକ୍ଷାର ସମ୍ମୁଖୀନ ହୋଇଛନ୍ତି। ସଙ୍କଟର ସମାଧାନ ସୂତ୍ର ବାହାର କରିବା ନିମନ୍ତେ ସେ ସବୁ ରାଜନୈତିକ ଦଳଙ୍କୁ ନେଇ ଏକ ଜାତୀୟ ପରିଷଦ ଗଠନ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏଥିସହିତ ଶ୍ରୀଲଙ୍କା ଏୟାରଲାଇନ୍ସର ଘରୋଇକରଣ ଲାଗି ମଧ୍ୟ ସେ ପ୍ରସ୍ତାବ ଦେଇଛନ୍ତି। ପୂର୍ବ ସରକାର ୨.୩ ଟ୍ରିଲିୟନ ଶ୍ରୀଲଙ୍କା ଟଙ୍କାର ରାଜସ୍ବ ସଂଗ୍ରହର ପୂର୍ବାନୁମାନ କରିଥିବାବେଳେ ତାହା ୧.୬ ଟ୍ରିଲିୟନକୁ ହ୍ରାସ ପାଇବ ବୋଲି କୁହାଯାଇଛି। ଦେଶରେ ୧୪ଟି ଜରୁରୀ ଔଷଧର ଅଭାବ ଦେଖାଦେଇଥିବାବେଳେ ଆଗାମୀ ଦିନରେ ଦରଦାମ୍‌ ଆହୁରି ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କର୍ମଚାରୀଙ୍କ ବେତନ ଓ ଜରୁରୀ ଖର୍ଚ୍ଚ ପାଇଁ ଟଙ୍କା ଛାପିବା ଜାରି ରଖିବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?