ନିଜକୁ ଦେବାଳିଆ ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୧୨।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ୍‌ ହେବାରେ ଲାଗିଛି। ବର୍ତ୍ତମାନ ସଙ୍କଟରେ ଫସିରହିଥିବା ଶ୍ରୀଲଙ୍କା ମଙ୍ଗଳବାର ନିଜକୁ ଦେବାଳିଆ ଘୋଷଣା କରିଛି। ଅନ୍ୟ ଦେଶମାନଙ୍କର ୫୧୦୦କୋଟି ଡଲାରର ଋଣ କିଛି ସମୟ ପାଇଁ ପରିଶୋଧ କରିପାରିବ ନାହିଁ ବୋଲି ଶ୍ରୀଲଙ୍କା ସରକାର କହିଛନ୍ତି। କାରଣ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ରୁ ବେଲ୍‌ଆଉଟ ପ୍ୟାକେଜ ମିଳିପାରିନାହିଁ। ଶ୍ରୀଲଙ୍କାର ଟ୍ରେଜେରୀ ସଚିବ ମହିନ୍ଦ୍ରା ସିରିଓ୍ବାର୍ଡେନେ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ଅନ୍ୟ ଦେଶର ସରକାର ଏବଂ ଅନ୍ୟ ଋଣଦାତାମାନଙ୍କୁ ଶ୍ରୀଲଙ୍କାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମଙ୍ଗଳବାର ପରେ ଯେକୌଣସି ସୁଧ ବକେୟା ରହିଛି ଏହାର ପରିଶୋଧ ପାଇଁ ଅପେକ୍ଷା କରିବାକୁ ପଡିବ। କିମ୍ବା ଶ୍ରୀଲଙ୍କା ଟଙ୍କାରେ ଦେୟ ଗ୍ରହଣ କରିବାକୁ ପଡିବ ବୋଲି ସରକାର କହିଛନ୍ତି। ଅନ୍ୟପଟେ ଶ୍ରୀଲଙ୍କା ସରକାର ଆଇଏମ୍‌ଏଫ୍‌ ସହିତ ବେଲ୍‌ଆଉଟ୍‌ ପ୍ୟାକେଜ ସମ୍ପର୍କରେ ଆଲୋଚନା ଜାରି ରଖିଛନ୍ତି। ଅନ୍ୟ ଦେଶରୁ ମଧ୍ୟ ଦ୍ୱିପାକ୍ଷିକ ସହଯୋଗ ପାଇଁ ସରକାର ଆଶା ପ୍ରକଟ କରିଛନ୍ତି। ଶ୍ରୀଲଙ୍କାର ସେଣ୍ଟ୍ରାଲ ବ୍ୟାଙ୍କର ନୂତନ ଗଭର୍ଣ୍ଣର ନନ୍ଦଲାଲ ଭିରସିଂହେ କହିଛନ୍ତି, ଅତ୍ୟାବଶ୍ୟକ ସାମଗ୍ରୀ ଆମଦାନୀ ପାଇଁ ପାଖରେ ଥିବା ବୈଦେଶିକ ମୁଦ୍ରାର ବ୍ୟବହାର କରାଯିବ। ସୂଚନା ମୁତାବକ, ଶ୍ରୀଲଙ୍କା ଉପରେ ଅନ୍ୟ ଦେଶଗୁଡ଼ିକର ମୋଟ ଋଣ ହେଉଛି ୫,୧୦୦କୋଟି ଡଲାର। ଗତ ବର୍ଷ ଦେଶରେ ମୋଟ ଋଣ ୩,୫୦୦ କୋଟି ଡଲାର ଥିବା ବେଳେ ଗୋଟିଏ ବର୍ଷ ମଧ୍ୟରେ ଏହା ବୃଦ୍ଧି ପାଇ ଦେଶର ଋଣ ୧,୬୦୦ କୋଟି ଡଲାରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?