ନିଜକୁ ଦେବାଳିଆ ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୧୨।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ୍‌ ହେବାରେ ଲାଗିଛି। ବର୍ତ୍ତମାନ ସଙ୍କଟରେ ଫସିରହିଥିବା ଶ୍ରୀଲଙ୍କା ମଙ୍ଗଳବାର ନିଜକୁ ଦେବାଳିଆ ଘୋଷଣା କରିଛି। ଅନ୍ୟ ଦେଶମାନଙ୍କର ୫୧୦୦କୋଟି ଡଲାରର ଋଣ କିଛି ସମୟ ପାଇଁ ପରିଶୋଧ କରିପାରିବ ନାହିଁ ବୋଲି ଶ୍ରୀଲଙ୍କା ସରକାର କହିଛନ୍ତି। କାରଣ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ରୁ ବେଲ୍‌ଆଉଟ ପ୍ୟାକେଜ ମିଳିପାରିନାହିଁ। ଶ୍ରୀଲଙ୍କାର ଟ୍ରେଜେରୀ ସଚିବ ମହିନ୍ଦ୍ରା ସିରିଓ୍ବାର୍ଡେନେ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ଅନ୍ୟ ଦେଶର ସରକାର ଏବଂ ଅନ୍ୟ ଋଣଦାତାମାନଙ୍କୁ ଶ୍ରୀଲଙ୍କାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମଙ୍ଗଳବାର ପରେ ଯେକୌଣସି ସୁଧ ବକେୟା ରହିଛି ଏହାର ପରିଶୋଧ ପାଇଁ ଅପେକ୍ଷା କରିବାକୁ ପଡିବ। କିମ୍ବା ଶ୍ରୀଲଙ୍କା ଟଙ୍କାରେ ଦେୟ ଗ୍ରହଣ କରିବାକୁ ପଡିବ ବୋଲି ସରକାର କହିଛନ୍ତି। ଅନ୍ୟପଟେ ଶ୍ରୀଲଙ୍କା ସରକାର ଆଇଏମ୍‌ଏଫ୍‌ ସହିତ ବେଲ୍‌ଆଉଟ୍‌ ପ୍ୟାକେଜ ସମ୍ପର୍କରେ ଆଲୋଚନା ଜାରି ରଖିଛନ୍ତି। ଅନ୍ୟ ଦେଶରୁ ମଧ୍ୟ ଦ୍ୱିପାକ୍ଷିକ ସହଯୋଗ ପାଇଁ ସରକାର ଆଶା ପ୍ରକଟ କରିଛନ୍ତି। ଶ୍ରୀଲଙ୍କାର ସେଣ୍ଟ୍ରାଲ ବ୍ୟାଙ୍କର ନୂତନ ଗଭର୍ଣ୍ଣର ନନ୍ଦଲାଲ ଭିରସିଂହେ କହିଛନ୍ତି, ଅତ୍ୟାବଶ୍ୟକ ସାମଗ୍ରୀ ଆମଦାନୀ ପାଇଁ ପାଖରେ ଥିବା ବୈଦେଶିକ ମୁଦ୍ରାର ବ୍ୟବହାର କରାଯିବ। ସୂଚନା ମୁତାବକ, ଶ୍ରୀଲଙ୍କା ଉପରେ ଅନ୍ୟ ଦେଶଗୁଡ଼ିକର ମୋଟ ଋଣ ହେଉଛି ୫,୧୦୦କୋଟି ଡଲାର। ଗତ ବର୍ଷ ଦେଶରେ ମୋଟ ଋଣ ୩,୫୦୦ କୋଟି ଡଲାର ଥିବା ବେଳେ ଗୋଟିଏ ବର୍ଷ ମଧ୍ୟରେ ଏହା ବୃଦ୍ଧି ପାଇ ଦେଶର ଋଣ ୧,୬୦୦ କୋଟି ଡଲାରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri