Posted inଖେଳ

ଶ୍ରୀଲଙ୍କା- ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ସିରିଜ ଡ୍ର

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୪।୪: ସ୍ଥାନୀୟ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଶନିବାର ଅମୀମାଂସିତ ରହିଛି। ଶ୍ରୀଲଙ୍କାର ଦୁଇ ଓପନର ଲାହିରୁ ଥିରିମାନେ ଓ ଅଧିନାୟକ ଦିମୁଥ କରୁଣାରତ୍ନେ ପ୍ରଥମ ଉଇକେଟରେ ୧୦୧ ରନର ଶତକୀୟ ଭାଗୀଦାରି କରି ମ୍ୟାଚ୍‌କୁ ଡ୍ର ରଖିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ପୂର୍ବରୁ ଏହି ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମଧ୍ୟ ଅମୀମାଂସିତ ରହିଥିଲା। ଫଳରେ ଦୁଇ ମ୍ୟାଚ ବିଶିଷ୍ଟ ଏହି ସିରିଜ ୦-୦ ବ୍ୟବଧାନରେ ଡ୍ର ରହିଛି। ପ୍ରଥମ ଇନିଂସରେ ୧୨୬ ରନର ଶତକୀୟ ଇନିଂସ ଓ ଦ୍ୱିତୀୟ ଇନିଂସରେ ୮୫ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିବା ଘରୋଇ ଓପନର କ୍ରେଗ୍‌ ବ୍ରାଥଓ୍ବେଟ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରିଥିବା ଶ୍ରୀଲଙ୍କା ଦ୍ରୁତ ବୋଲର ସୁରଙ୍ଗା ଲାକମଲ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୩୫୪ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ୨୫୮ ରନକରି ଅଲଆଉଟ ହୋଇଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ୯୬ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସରେ ଓ୍ବେଷ୍ଟଇଣ୍ଡିଜ ୪ ଉଇକେଟ ହରାଇ ୨୮୦ ରନ କରି ଇନିଂସ ଘୋଷଣା କରିଥିଲା। ଫଳରେ ଶ୍ରୀଲଙ୍କା ସମ୍ମୁଖରେ ୩୭୭ ରନର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ ଆରମ୍ଭ କରି ପଞ୍ଚମ ତଥା ଅନ୍ତିମ ଦିବସ ଖେଳ ଶେଷ ସୁଦ୍ଧା ୭୯ ଓଭରରେ ୨ ଉଇକେଟ ହରାଇ ୧୯୩ ରନ ସଂଗ୍ରହ କରିଥିଲା। ଓଶାଡା ଫର୍ନାଣ୍ଡୋ ୬୬ ଓ ଦୀନେଶ ଚାଣ୍ଡିମଲ ୧୦ ରନକରି ଅପରାଜିତ ରହିଥିଲେ। ତେବେ ଶତକୀୟ ଭାଗୀଦାରି ସ୍ଥାପନ କରିଥିବା ଦୁଇ ଓପନର ଥିରିମାନେ ୩୯ ଓ କରୁଣାରତ୍ନେ ୭୫ ରନ ସଂଗ୍ରହ କରି ଯଥାକ୍ରମେ ଅଲଜାରି ଜୋଶେଫ ଓ କାଏଲ ମେୟର୍ସଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୨୯/୦ରୁ ଶ୍ରୀଲଙ୍କା ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଥିରିମାନେ ୧୭ ଓ କରୁଣାରତ୍ନେ ୧୧ରୁ ଖେଳ ଆରମ୍ଭ କରି ଶନିବାର ଆଉଟ ହୋଇଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୧୧୧.୧ ଓଭରରେ ୩୫୪ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ: ୧୦୭ ଓଭରରେ ୨୫୮ ଅଲଆଉଟ।
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ: ୭୨.୪ ଓଭରରେ ୨୮୦/୪ (ଇନିଂସ ଘୋଷଣା)
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୭୯ ଓଭରରେ ୧୯୩/୨
(ଓଶାଡ଼ା ଫର୍ନାଣ୍ଡୋ- ୬୬*, ଦୀନେଶ ଚାଣ୍ଡିମଲ- ୧୦*, କରୁଣାରତ୍ନେ- ୭୫, ଥିରିମାନେ- ୩୯, ଜୋଶେଫ୍‌- ୧/୩୩, ମେୟର୍ସ- ୧/୫)।
କ୍ୟାପଶନ: ଦ୍ୱିତୀୟ ଇନିଂସର ପ୍ରଥମ ଉଇକେଟରେ ୧୦୧ ରନର ପାର୍ଟନରଶିପ୍‌ ସ୍ଥାପନ କରିଥିବା ଶ୍ରୀଲଙ୍କା ଓପନର ଦିମୁଥ କରୁଣାରତ୍ନେ ଓ ଲାହିରୁ ଥିରିମାନେ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri