Posted inଖେଳ

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା କରି ଆୟର୍ଲାଣ୍ଡ ୧୪୩ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଶ୍ରୀଲଙ୍କା ଆସନ୍ତା ୧୨ ତାରିଖରେ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ଓମାନକୁ ଭେଟିବ।

ବ୍ୟାଟିଂ କରିଥିବା ଶ୍ରୀଲଙ୍କା ଆରମ୍ଭରୁ କମିଲ ମିଶାରା(୧୪)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନ ପଥୁମ ନିଶଙ୍କା ଓ କୁସାଲ ମେଣ୍ଡିସ ଦ୍ୱିତୀୟ ଉଇକେଟରେ ୩୪ ରନ ଯୋଡ଼ିଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ନିଶଙ୍କା (୨୪), ପବନ ରତନାୟକେ (୫) ଓ ଦୁନିଥ ଓ୍ବେଲାଲେଜ (୧୦)ଙ୍କ ଉଇକେଟ ହରାଇଥିଲା। ଏହିଠାରୁ କୁସାଲ ଓ କାମିଣ୍ଡୁ ମେଣ୍ଡିସ ପଞ୍ଚମ ଉଇକେଟରେ ୨୯ ବଲରେ ଦ୍ରୁତ ୬୭ ରନ କରି ଦଳୀୟ ସ୍କୋରକୁ ୧୫୦ ପାର କରାଇଥିଲେ।

କାମିଣ୍ଡୁ ୧୯ ବଲରେ ୪୪ (୪ ଚୌକା ଓ ୨ ଛକା) ରନ କରି ଆଉଟ୍‌ ହେବାରୁ ଏହି ଯୋଡ଼ି ଭାଙ୍ଗିଥିଲା। ଅଧିନାୟକ ଦାସୁନ ଶନକା ଖାତା ଖୋଲିବା ପୂର୍ବରୁ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଫଳରେ ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୬୩ ରନ କରିଥିଲା। କୁସାଲ ୪୩ ବଲରେ ୫ ଚୌକା ସହ ୫୬ ରନ କରି ଅପରାଜିତ ରହିଥିଲେ।

ଜବାବରେ ଆୟର୍ଲାଣ୍ଡ ଖୁବ ଶସ୍ତାରେ ଅଧିନାୟକ ପଲ ଷ୍ଟର୍ଲିଙ୍ଗ (୬)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ରସ ଆଡେଆର ୩୪ (୫ ଚୌକା ଓ ୧ ଛକା), ହ୍ୟାରୀ ଟେକ୍ଟର ୪୦(୧ ଚୌକା), ଲର୍କାନ ଟକର ୨୧ ରନ କରିଥିଲେ। ଏକଦା ୧୦୪ ରନରେ ୨ ଉଇକେଟ ହରାଇଥିବା ଆୟର୍ଲାଣ୍ଡ ମାତ୍ର ୧୪୩ ରନରେ ଅଲଆଉଟ୍‌ ହୋଇଯାଇଛି। ଶ୍ରୀଲଙ୍କା ପାଇଁ ଓ୍ବାନିନ୍ଦୁ ହସରଙ୍ଗା ଓ ମହିଶ ତିକ୍ଷଣା ୩ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?