Posted inଖେଳ

ଏସିଆ କପ୍‌ ଟାଇଟଲ ହାତେଇଲା ଶ୍ରୀଲଙ୍କା

ଦୁବାଇ,୧୧।୯: ଫାଇନାଲ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଏସିଆ କପ୍‌ ଟାଇଟଲ ହାତେଇଛି ଶ୍ରୀଲଙ୍କା। ଭାନୁକା ରାଜପାକ୍ସେଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପ୍ରମୋଦ ମଦୁଶାନ୍‌ ଓ ୱାନିଣ୍ଡୁ ହସରଙ୍ଗାଙ୍କ ଚମତ୍କାର ବୋଲିଂ ବଳରେ ଶ୍ରୀଲଙ୍କା ପାକିସ୍ତାନକୁ ୨୩ରେ ପରାସ୍ତ କରି ଚାମ୍ପିୟନ ହୋଇଛି।

ଏସିଆ କପ-୨୦୨୨ ଫାଇନାଲ ମୁକାବିଲାରେ ଶ୍ରୀଲଙ୍କା ବିପକ୍ଷରେ ଟସ୍‌ ଜିଣି ପାକିସ୍ତାନ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଶ୍ରୀଲଙ୍କା ବ୍ୟାଟିଂ କରି ଭାନୁକା ରାଜପାକ୍ସେ ୪୫ ବଲ୍‌ରେ ୭୧ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୦ ରନ୍‌ କରିଥିଲା। ଫଳରେ ଶ୍ରୀଲଙ୍କା ପାକିସ୍ତାନ ଆଗରେ ୧୭୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା। ହେଲେ ପାକିସ୍ତାନ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୪୭ ରନ୍‌ କରିବାରେ ସଫଳ ହୋଇଥିଲା। ଫଳରେ ଶ୍ରୀଲଙ୍କା ଏସିଆ କପ୍‌ ଚାମ୍ପିୟନ ହୋଇଛି।

ଶ୍ରୀଲଙ୍କାର ସଫଳ ବୋଲର ପ୍ରମୋଦ ୪ ଉଇକେଟ ହାସଲ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ହସରଙ୍ଗା ୩ ଓ କରୁଣାରତ୍ନେ ୨ ଉଇକେଟ ନେଇଥିଲେ। ମହମ୍ମଦ ରିଜଓ୍ବାନ ଟୁର୍ନାମେଣ୍ଟର ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟର ଭାବେ ୨୮୧ ରନ୍‌ କରିଥିବା ବେଳେ ଭୁବନେଶ୍ୱର କୁମାର ୧୧ ଉଇକେଟ ସହିତ ଅଗ୍ରଣୀ ବୋଲର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri