Posted inଖେଳ

ବାଂଲାଦେଶକୁ ହରାଇ ଶ୍ରୀଲଙ୍କାର ବିଜୟ ଅଭିଯାନ

ପାଲେକେଲ,୩୧ା୮: ଏସିଆ କପ୍‌ କ୍ରିକେଟରେ ଗୁରୁବାର ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରି ଶ୍ରୀଲଙ୍କା ବିଜୟ ଅଭିଯାନ ଆରମ୍ଭ କରିଛି । ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ସମସ୍ତ ଉଇକେଟ ହରାଇ ୧୬୪ ରନ୍‌ କରିଥିଲା। ନଜମୋଲ ହୋସେନ୍‌ ଶନ୍ତୋ ସର୍ବାଧିକ ୮୯ ରନ୍‌ କରିଥିଲେ। ଜବାବରେ ଶ୍ରୀଲଙ୍କା ସାଦିରା ସମରଓ୍ବିକ୍ରମା ଓ ଚରିଥ୍‌ ଅସଲଙ୍କାଙ୍କ ଅର୍ଦ୍ଧଶତକ ବଳରେ ୩୯ ଓଭରରେ ୫ ଉଇକେଟ ହରାଇ ୧୬୫ ରନ୍‌ କରିଥିଲା।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୩୬ ରନ୍‌ରେ ୩ ଉଇକେଟ ହରାଇଥିବା ବେଳେ ଶନ୍ତୋ ୮୯ ରନ୍‌ର ଧୈର୍ଯ୍ୟପୂର୍ଣ୍ଣ ଇନିଂସ ଖେଳିଥିଲେ। ୧୨୨ ବଲ୍‌ ଖେଳି ସେ ୭ ଚୌକା ମାରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମହମ୍ମଦ ନଇମ୍‌ ୧୬, ତୋହିଦ୍‌ ହ୍ରିଦୟ ୨୦ ଓ ମୁସଫିକୁର ରହିମ୍‌ ୧୩ ରନ୍‌ କରିଥିଲେ। ଶ୍ରୀଲଙ୍କା ପକ୍ଷରୁ ମଥିଶା ପଥିରାନା ୪ ଉଇକେଟ ନେଇଥିଲେ।

ଜବାବରେ ଶ୍ରୀଲଙ୍କା ୪୩ ରନ୍‌ରେ ୩ ଉଇକେଟ ହରାଇ ସଙ୍କଟରେ ପଡିଥିଲା। ସାଦିରା ସମରଓ୍ବିକ୍ରମା(୫୪) ଏବଂ ଚରିଥ୍‌ ଅସଲଙ୍କା(୬୨*) ଚତୁର୍ଥ ଉଇକେଟରେ ୭୮ ରନ୍‌ ଯୋଡି ଦଳକୁ ସଙ୍କଟରୁ ଉଦ୍ଧାର କରିଥିଲେ। ସମରଓ୍ବିକ୍ରମା ୭୭ ବଲ୍‌ ଖେଳି ୬ ଚୌକା ମାରିଥିଲେ। ଅସଲଙ୍କା ୯୨ବଲ୍‌ ଖେଳି ୫ ଚୌକା ଓ ୧ ଛକା ମାରିଥିଲେ। ବାଂଲାଦେଶ ପକ୍ଷରୁ ଶାକିବ ଅଲ ହସନ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri