Posted inଖେଳ

କୋଚ, ଖେଳାଳି କରୋନା ପଜିଟିଭ‌ ଚିହ୍ନଟ

କଲମ୍ବୋ,୩।୨: ଶ୍ରୀଲଙ୍କା କ୍ରିକେଟ ଦଳର ପ୍ରଶିକ୍ଷକ ମିକି ଆର୍ଥର୍‌ ଏବଂ ଭେଟେରାନ ବ୍ୟାଟ୍ସମ୍ୟାନ ଲାହିରୁ ଥିରିମାନେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଇସିସି ଟୁଇଟ୍‌ କରି ଏ ବିଷୟରେ ସୂଚନା ଦେଇଛି। ୱେଷ୍ଟଇଣ୍ଡିଜ ଗସ୍ତକୁ ଯିବା ପୂର୍ବରୁ ଦଳର ୩୬ ଜଣ ସଦସ୍ୟ ମଙ୍ଗଳବାର ପିସିଆର୍‌ ପରୀକ୍ଷା କରିଥିଲେ, ଯେଉଁଥିରେ କୋଚ ଆର୍ଥର ଏବଂ ଥିରିମାନେ କରୋନା ପଜିଟିଭ ଥିବା ଜଣାପଡିଛି। ଏହା ପରେ ଉଭୟଙ୍କୁ ଦଳରୁ ଅଲଗା କରି କ୍ୱାରାଣ୍ଟାଇନ୍‌ ରଖାଯାଇଛି। ବୋର୍ଡ ଏକ ବିବୃତ୍ତିରେ କହିଛି ଯେ ଜାତୀୟ ଦଳ ପାଇଁ ୱେଷ୍ଟଇଣ୍ଡିଜର ଗସ୍ତରେ ଭାଗ ନେବାକୁ ପ୍ରସ୍ତୁତ ଥିବା ଆଶାୟୀ ଖେଳାଳି ଏବଂ କର୍ମଚାରୀଙ୍କ ପିସିଆର୍‌ ପରୀକ୍ଷା କରିଥିଲେ। ଯେଉଁଥିରେ ମୁଖ୍ୟ ପ୍ରଶିକ୍ଷକ ମିକି ଆର୍ଥର ଏବଂ ଖେଳାଳି ଲାହିରୁ ଥିରିମେନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅଛନ୍ତି। ଉଭୟ ଆର୍ଥର ଏବଂ ଥିରିମେନଙ୍କୁ କରୋନା ଉପରେ ସରକାରଙ୍କ ସ୍ବାସ୍ଥ୍ୟ ପ୍ରୋଟୋକଲ ଅନୁସରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଶ୍ରୀଲଙ୍କା ଫେବୃୟାରୀରେ ୱେଷ୍ଟଇଣ୍ଡିଜ ଗସ୍ତରେ ଯିବ। ଏହି ଗସ୍ତରେ ଦଳ ୩ଟି ଏକଦିବସୀୟ, ୩ଟି ଟି -୨୦ ଏବଂ ୨ଟି ଟେଷ୍ଟ ମ୍ୟାଚ ଖେଳିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?