Posted inଖେଳ

ଶ୍ରୀଲଙ୍କା କ୍ରିକେଟରଙ୍କ ବିଦେଶ ଯାତ୍ରାରେ କଟକଣା

କଲମ୍ବୋ, ୧୫ା୮: ଶ୍ରୀଲଙ୍କାର ଜଣେ ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସଚିତ୍ର ସେନାନାୟକେ ମ୍ୟାଚ ଫିକ୍ସିଂରେ ଜଡ଼ିତ ଥିବା ଅଭିଯୋଗ ହୋଇଛି। ଫଳତଃ ସ୍ଥାନୀୟ ଏକ କୋର୍ଟ ତାଙ୍କ ବିଦେଶ ଗସ୍ତ ଉପରେ କଟକଣା ଜାରି କରିଛି। ୩୮ ବର୍ଷୀୟ ସେନାନାୟକେ ୨୦୧୨ ଓ ୨୦୧୬ ମଧ୍ୟରେ ଏକମାତ୍ର ଟେଷ୍ଟ, ୪୯ ଅନ୍ତର୍ଜାତୀୟ ଦିନିକିଆ ଏବଂ ୨୪ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ୨୦୨୦ ଶ୍ରୀଲଙ୍କା ପ୍ରିମିୟର ଲିଗ୍‌ରେ ସେ ମ୍ୟାଚ ଫିକ୍ସିଂ କରିବାକୁ ଚେଷ୍ଟା କରୁଥିଲେ। ମ୍ୟାଚ ଫିକ୍ସ କରିବା ଲାଗି ଟେଲିଫୋନ ଯୋଗେ ସେ ୨ଜଣ ଖେଳାଳିଙ୍କୁ ପ୍ରଲୋଭିତ କରିଥିବା ଅଭିଯୋଗ ହୋଇଛି। କଲମ୍ବୋ ଚିଫ୍‌ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ସେନାନାୟକେଙ୍କୁ ୩ ମାସ ପାଇଁ ବିଦେଶ ଗସ୍ତ ଉପରେ କଟକଣା ଜାରି କରିବା ଲାଗି କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇମିଗ୍ରେଶନ ଆଣ୍ଡ୍‌ ଏମିଗ୍ରେଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ଏହି ନିର୍ଦ୍ଦେଶନାମା ଆଟର୍ନି ଜେନେରାଲ ଡିପାର୍ଟମେଣ୍ଟର ହସ୍ତଗତ ହୋଇଛି। କୋର୍ଟ କହିଛନ୍ତି ଯେ, ପୂର୍ବତନ ଅଫ୍‌ ସ୍ପିନରଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରିବାକୁ କ୍ରୀଡ଼ା ମନ୍ତ୍ରଣାଳୟର ସ୍ବତନ୍ତ୍ର ଅନୁସନ୍ଧାନ ୟୁନିଟ୍‌ ଦ୍ୱାରା ଆଟର୍ନି ଜେନେରାଲ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri