ହଜ୍‌ ଯାତ୍ରା କରିବେନି ଶ୍ରୀଲଙ୍କା ମୁସଲମାନ…

କଲମ୍ବୋ, ୨।୬ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ମହିନ୍ଦା ରାଜପକ୍ଷେଙ୍କ ସ୍ଥାନରେ ପ୍ରଧାନମନ୍ତ୍ରୀ ହୋଇଥିବା ରାନିଲ ବିକ୍ରମସିଙ୍ଘେ ଦେଶକୁ ଏହି ସଙ୍କଟ ଜନକ ସ୍ଥିତିରୁ ବାହାର କରିବା ପାଇଁ କ୍ରମାଗତ ଭାବରେ ଅନେକ ବଡ଼ ନିଷ୍ପତ୍ତି ନେଉଛନ୍ତି। ଶ୍ରୀଲଙ୍କାର ନାଗରିକମାନେ ମଧ୍ୟ ଏହି ଖରାପ ସ୍ଥିତିରୁ ବାହାରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି ।

ଏହି କ୍ରମରେ ଶ୍ରୀଲଙ୍କା ମୁସଲମାନମାନେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଦେଶର ଅର୍ଥନୈତିକ ସଙ୍କଟକୁ ଦୃଷ୍ଟିରେ ରଖି ସେଠାକାର ମୁସଲମାନମାନେ ଚଳିତ ବର୍ଷ ହଜ୍‌ ତୀର୍ଥଯାତ୍ରା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ରିପୋର୍ଟ ଅନୁଯାୟୀ, ସାଉଦି ଆରବ ୨୦୨୨ ବର୍ଷ ପାଇଁ ଶ୍ରୀଲଙ୍କାରୁ ୧୫୮୫ ହଜ ତୀର୍ଥଯାତ୍ରୀଙ୍କ କୋଟା ଅନୁମୋଦନ କରିଥିଲା। ତେବେ ଜାତୀୟ ହଜ କମିଟି, ଶ୍ରୀଲଙ୍କା ହଜ ଟୁର୍‌ ଅପରେଟର୍ସ ଆସୋସିଏଶନ ଓ ମୁସଲିମ ଧାର୍ମିକ ଏବଂ ସାଂସ୍କୃତିକ ବ୍ୟାପାର ବିଭାଗ ସମେତ ଅନ୍ୟାନ୍ୟ ଦଳର ଆଲୋଚନା ପରେ ନିଷ୍ପତ୍ତି ନିଆଯାଇଛି ଯେ ଏଥର ଶ୍ରୀଲଙ୍କାର କୌଣସି ମୁସଲମାନ ହଜ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri